ଏପ୍ରିଲରୁ ଶିକ୍ଷାବର୍ଷ ଆରମ୍ଭ: ୬ ଜିଲାକୁ ପଠାଗଲା ବହି

ଭୁବନେଶ୍ୱର,୯ା୧(ବ୍ୟୁରୋ): ଚଳିତ ବର୍ଷ ଏପ୍ରିଲରୁ ଶିକ୍ଷାବର୍ଷ ଆରମ୍ଭ ହେବ। ଏନେଇ ସରକାରଙ୍କ ପକ୍ଷରୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ ହୋଇଛି।

ଶିକ୍ଷାବର୍ଷ ଆରମ୍ଭ ପୂର୍ବରୁ ସବୁ ପିଲାଙ୍କ ପାଖରେ ପାଠ୍ୟପୁସ୍ତକ ପହଞ୍ଚାଇବା ପାଇଁ ୬ ଜିଲାର ୧୫ଟି ବ୍ଲକକୁ ଟ୍ରକ୍‌ ଯୋଗେ ପାଠ୍ୟପୁସ୍ତକ ପଠାଯାଇଛି। ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୋମବାର ଶୁଭାରମ୍ଭ କରିଛନ୍ତି।

ଗତବର୍ଷ ଜୁନ୍‌, ଜୁଲାଇରୁ ଶିକ୍ଷା ବର୍ଷ ଆରମ୍ଭ ହୋଇଥିବା ବେଳେ ଏଥର ଏପ୍ରିଲକୁ ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ସବୁ ପିଲାଙ୍କ ନିକଟରେ ପାଠ୍ୟପୁସ୍ତକ ପହଞ୍ଚାଇବା ପାଇଁ ୬ଟି ଜିଲାକୁ ବହି ପଠାଯାଇଛି।

ଏହି ଉତ୍ସବରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଶ୍ରୀମତୀ ଅଶ୍ୱତୀ ଏସ୍‌, ପାଠ୍ୟପୁସ୍ତକ ଉତ୍ପାଦନ ବିକ୍ରୟ ଅନୁଷ୍ଠାନର ନିର୍ଦ୍ଦେଶକ ରଘୁରାମ ଆୟାର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?