ଜିଲାପାଳଙ୍କ ନିର୍ଦ୍ଦେଶକୁ ମାନିଲେନି ଶିକ୍ଷା କମିଟି: ଫେରିଗଲେ ପ୍ରଧାନ ଶିକ୍ଷକ

କେସିଙ୍ଗା,୧୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ସ୍ଥିତ
ଜବାହାର ଉଚ୍ଚ ବିଦ୍ୟାପୀଠ ବାଲସି (କ) ର ପୂର୍ବତନ ପ୍ରଧାନ ଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଯୋଗଦାନ କରା ନ ଦେବାରୁ ନିରାଶ ରେ ଫେରି ଯାଇଛନ୍ତି। ଶିକ୍ଷା କମିଟି ସଭାପତି ଗୋପାଳ ସାହୁଙ୍କ ନେତୃତ୍ବରେ ସୋମବାର ଏକ ଗଣଧାରଣା ଦିଆଯାଇଛି।

ଉକ୍ତ ବିଦ୍ୟାପୀଠପୂର୍ବତନ ପ୍ରଧାନ ଶିକ୍ଷକ ବଂଶୀଧର ରାଉତଙ୍କୁ ଏହି ବ୍ଲକର କନ୍ତେଶିର ଗ୍ରାମ ସ୍ଥିତି କପିଳେଶ୍ୱର ହାଇସ୍କୁଲରୁ ଜବାହର ଉଚ୍ଚ ବିଦ୍ୟାପୀଠକୁ ଫେରାଇ ଆଣିବା ପାଇଁ ଜିଲ୍ଲାପାଳ, କଳାହାଣ୍ଡିଙ୍କ ଚିଠି ସଂଖ୍ୟା ୬୩୮୯/ ୭.୧୦.୨୪ ଆଦେଶ ଦେଇଛନ୍ତି। ସୋମବାର ପ୍ରଧାନ ଶିକ୍ଷକ ଉକ୍ତ ପଦ୍ୟାପୀଠକୁ ଯୋଗଦାନ କରିବାକୁ ଆସିଥିଲେ। ଶିକ୍ଷା କମିଟି ସଭାପତିଙ୍କ ନେତୃତ୍ୱରେ ସ୍କୁଲ ସମ୍ମୁଖରେ ତାଲା ପକାଇ ଗଣ ଧାରଣାରେ ଅନିର୍ଦ୍ଦିଷ୍ଟ କାଳ ଯାଏ ବସି ଥିବାରୁ ନିରାଶରେ ଫେରି ଯାଇଛନ୍ତି।

ତିନି ବର୍ଷ ତଳେ ଜିଲାଶିକ୍ଷା ଅଧିକାରୀ, କଳାହାଣ୍ଡି କନ୍ତେସିର ହାଇସ୍କୁଲକୁ ଡେପୁଟେସନରେ ପଠାଇଥିଲେ। ବର୍ତମାନ ଜିଲାପାଳ, କଳାହାଣ୍ଡିଙ୍କ ଚିଠି ସଂଖ୍ୟା 6389/ 07-10-2024 ଅନୁଯାଇ ରାଉତ ପୁଣିଥରେ ବିଦ୍ୟାଳୟକୁ ଆସିବା ପାଇଁଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳଙ୍କ ଆଦେଶକୁ ଉକ୍ତ ସ୍କୁଲ ପରିଚାଳନା କମିଟି ନ ମାନି ପୂର୍ବତନ ପ୍ରଧାନ ଶିକ୍ଷକ ଙ୍କୁ ଫେରାଇ ଦେଇଥିଲେ। ସ୍କୁଲ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଲା ପକାଇ ଗଣଧାରଣା ଦେଇଛନ୍ତି।

ଏ ସଂକ୍ରାନ୍ତରେ ଶିକ୍ଷା କମିଟି ସଭାପତି ଗୋପାଳ ସାହୁଙ୍କୁ ପଚାରିବାରୁ ପୂର୍ବତନ ପ୍ରଧାନ ଶିକ୍ଷକ ଦୁର୍ନୀତି କରୁଥିଲେ ବୋଲି ପ୍ରକାଶ କରିଥିଲେ। ଏ ନେଇ ପୂର୍ବତନ ପ୍ରଧାନ ଶିକ୍ଷକ ବଂଶୀଧର ରାଉତ ଙ୍କୁ ପଚାରିବାରୁ ମୁଁ କୌଣସି ଦୁର୍ନୀତି କରି ନାହିଁ,ମୋତେ କନ୍ତେଶିର ହାଇ ସ୍କୁଲକୁ ଡେପୁଟେସନ ରେ ପଠାଇ ଥିଲେ। ତାକୁ ବାତିଲ କରି ପୁଣି ମୋତେ ଉକ୍ତ ସ୍କୁଲରେ ଯୋଗଦାନ କରିବା ପାଇଁ ଆଦେଶ ଦେଇଛନ୍ତି। ଶିକ୍ଷା କମିଟି ସଭାପତି ଗ୍ରହଣ ନ କରି ତାଲା ପକାଇ ସ୍କୁଲ କୁ ବନ୍ଧ ରଖିଛନ୍ତି। ଏ ନେଇ ଇନଚାର୍ଜ ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ସାହୁଙ୍କୁ ପଚାରିବାରୁ ମୋତେ ଶିକ୍ଷା କମିଟି ତାଲା ଖୋଲିବା ପାଇଁ ମନା କରି ଲିଖିତ ଦେଇଛନ୍ତି ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?