ମାର୍ଚ୍ଚ ୧୪ ପର୍ଯ୍ୟନ୍ତ ସ୍କୁଲ, କଲେଜ ବନ୍ଦ

ପୁଣେ,୨୮।୨: ଦେଶରେ କରୋନା ଆତଙ୍କ ଯୋଗୁ ପୁଣି କୋକୁଆ ଭୟ ସୃଷ୍ଟି ହୋଇଛି। ମହାରାଷ୍ଟ୍ରର କେତେକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁଦିନ ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ପୁଣେରେ ମାର୍ଚ୍ଚ ୧୪ ପର୍ଯ୍ୟନ୍ତ ସମସ୍ତ ସ୍କୁଲ, କଲେଜକୁ ବନ୍ଦ ରଖିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଘରୋଇ କୋଚିଂ ସଂସ୍ଥାଗୁଡ଼ିକୁ ବନ୍ଦ ରଖିବା ପାଇଁ କୁହାଯାଇଛି। ରାତ୍ର ୧୧ରୁ ସକାଳ ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ ଲାଗୁ କରାଯାଇଛି। ଏହି ସମୟରେ ପୋଲିସ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ହଷ୍ଟେଲରେ ରହି ପାଠପଢୁଥିବା ଛାତ୍ରୀଛାତ୍ରମାନେ ଘରକୁ ଫେରିବା ଆରମ୍ଭ କରିଛନ୍ତି। ଛାତ୍ରୀଛାତ୍ରମାନଙ୍କୁ ସୁରକ୍ଷିତ ଭାବେ ଘରେ ପହଞ୍ଚାଇବା ଲାଗି ସମ୍ପୃକ୍ତ ଶିକ୍ଷାନୁଷ୍ଠାନଗୁଡ଼ିକୁ ପରାମର୍ଶ ଦିଆଯାଇଛି।

Share