ଜିଲା ପ୍ରଶାସନର ନିଷ୍ପତ୍ତି; ଆଉ ଦୁଇଦିନ ସ୍କୁଲ, କଲେଜ ବନ୍ଦ

ବାଲେଶ୍ୱର, ୧୯।୬: ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଆଉ ୨ ଦିନ ସ୍କୁଲ, କଲେଜ ବନ୍ଦ ନିଷ୍ପତ୍ତି ନେଇଛି। ସେହିପରି ଗୁରୁବାର ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା କର୍ଫ୍ୟୁ କୋହଳ କରାଯାଇଛି। ଏହାସହିତ କେବଳ ବ୍ୟାଙ୍କରେ ଜାରି ରହିବ ଲିଜ୍‌ ଲାଇନ୍ ଇଣ୍ଟରନେଟ ସେବା।

ତେବେ ଗୋଷ୍ଠୀ ବିବାଦ ପ୍ରଶମନ ପାଇଁ ପୁଲିସ ଓ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ବିଭିନ୍ନ ସ୍ତରର ଲୋକପ୍ରତିନିଧି ଏବଂ ଶାନ୍ତି କମିଟି କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ଉତ୍ତେଜନାପୂର୍ଣ୍ଣ ଅଞ୍ଚଳରେ ଶାନ୍ତି ପ୍ରତିଷ୍ଠା ପାଇଁ ପ୍ରୟାସ କରାଯାଉଛି। କର୍ଫ୍ୟୁ ବଳବତ୍ତର ରହିଥିବା ବେଳେ ଗୋଷ୍ଠୀ ବିବାଦ ଜନିତ ହିଂସାକାଣ୍ଡ ଓ ଭଙ୍ଗାରୁଜାକୁ ନେଇ ରୁଜୁ ହୋଇଥିବା ୧୫ଟି ମାମଲାରେ ମୋଟ ୫୦ରୁ ଉଦ୍ଧ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି। ଏହି ଗିରଫ ସଂଖ୍ୟା ଆହୁରି ବୃଦ୍ଧି ପାଇବା ନେଇ ଏସ୍‌ପି ସାଗରିକା ନାଥ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ୬ ପ୍ଲାଟୁନ କେନ୍ଦ୍ରୀୟ ଫୋର୍ସ ଆସିବାର ନିର୍ଦେଶ ରହିଛି। ଶାନ୍ତି ବଜାୟ ରଖିବା ପାଇଁ ପୁଲିସ ଓ ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି।

ସୂଚନାଯୋଗ୍ୟ ନାଳରେ ପ୍ରବାହିତ ଲାଲ୍‌ ରଙ୍ଗର ପାଣିକୁ ନେଇ ସୋମବାର ସକାଳ ୧୦ଟା ବେଳେ ଘଟିଥିବା ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଓ ଢେଲାପଥର ମାଡ଼ ପରେ ବାଲେଶ୍ୱର ସହରରେ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ପୋଲିସ ୧୪୪ଧାରା ଜାରି କରିଥିଲା। ରାତି ପ୍ରାୟ ୧୧ଟା ବେଳେ ଟାଉନ ଥାନାକୁ ଉଭୟ ଗୋଷ୍ଠୀ ଲିଖିତ ଅଭିଯୋଗ ଦେବାକୁ ଯାଇଥିଲେ। ସେଠାରେ ଉଭୟ ଗୋଷ୍ଠୀ ମଧ୍ୟରେ କଥା କଟାକଟି ହେବା ପରେ ପରସ୍ପରକୁ ଆକ୍ରମଣ ପ୍ରତି ଆକ୍ରମଣ କରିଥିଲେ। ପୋଲିସର ହସ୍ତକ୍ଷେପ ପରେ ଉଭୟ ଗୋଷ୍ଠୀ ଥାନାରୁ ପଳାଇ ଆସିଥିଲେ।

ପରେ ମଧ୍ୟରାତ୍ରରେ ସୋଏଲପୁରସ୍ଥିତ ମସ୍‌ଜିଦ୍‌ ଓ ପାତ୍ରପଡାସ୍ଥିତ ମସ୍‌ଜିଦ୍‌ରେ ଗୋଟିଏ ଗୋଷ୍ଠୀ ପଶି ଭଙ୍ଗାରୁଜା କରିଥିଲେ। ଉକ୍ତ ଗଣ୍ଡଗୋଳକୁ ନେଇ ଟାଉନ ଥାନାରେ ୧୫ରୁ ଊର୍ଦ୍ଧ୍ୱ ମାମଲା ରୁଜୁ ହୋଇଛି। ୧୪୪ଜଣ ଲୋକଙ୍କୁ ଅଟକ ରଖାଯାଇ ତଦନ୍ତ କରାଯାଉଛି। ଏହି ଘଟଣା ପରେ ବିଳମ୍ବିତ ରାତିରେ ବାଲେଶ୍ୱର ଟାଉନ ଥାନାରେ ଏସ୍‌ପି ସାଗରିକା ନାଥ ଓ ଜିଲାପାଳ ଆଶିଷ ଠାକ୍‌ରେ ଏକ ଜରୁରୀ ବୈଠକ ଡାକି ସ୍ଥିତି ସମୀକ୍ଷା କରିଥିଲେ। ଏହାପରେ କର୍ଫ୍ୟୁ ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri