ଜିଲା ପ୍ରଶାସନର ନିଷ୍ପତ୍ତି; ଆଉ ଦୁଇଦିନ ସ୍କୁଲ, କଲେଜ ବନ୍ଦ

ବାଲେଶ୍ୱର, ୧୯।୬: ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଆଉ ୨ ଦିନ ସ୍କୁଲ, କଲେଜ ବନ୍ଦ ନିଷ୍ପତ୍ତି ନେଇଛି। ସେହିପରି ଗୁରୁବାର ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା କର୍ଫ୍ୟୁ କୋହଳ କରାଯାଇଛି। ଏହାସହିତ କେବଳ ବ୍ୟାଙ୍କରେ ଜାରି ରହିବ ଲିଜ୍‌ ଲାଇନ୍ ଇଣ୍ଟରନେଟ ସେବା।

ତେବେ ଗୋଷ୍ଠୀ ବିବାଦ ପ୍ରଶମନ ପାଇଁ ପୁଲିସ ଓ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ବିଭିନ୍ନ ସ୍ତରର ଲୋକପ୍ରତିନିଧି ଏବଂ ଶାନ୍ତି କମିଟି କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ଉତ୍ତେଜନାପୂର୍ଣ୍ଣ ଅଞ୍ଚଳରେ ଶାନ୍ତି ପ୍ରତିଷ୍ଠା ପାଇଁ ପ୍ରୟାସ କରାଯାଉଛି। କର୍ଫ୍ୟୁ ବଳବତ୍ତର ରହିଥିବା ବେଳେ ଗୋଷ୍ଠୀ ବିବାଦ ଜନିତ ହିଂସାକାଣ୍ଡ ଓ ଭଙ୍ଗାରୁଜାକୁ ନେଇ ରୁଜୁ ହୋଇଥିବା ୧୫ଟି ମାମଲାରେ ମୋଟ ୫୦ରୁ ଉଦ୍ଧ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି। ଏହି ଗିରଫ ସଂଖ୍ୟା ଆହୁରି ବୃଦ୍ଧି ପାଇବା ନେଇ ଏସ୍‌ପି ସାଗରିକା ନାଥ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ୬ ପ୍ଲାଟୁନ କେନ୍ଦ୍ରୀୟ ଫୋର୍ସ ଆସିବାର ନିର୍ଦେଶ ରହିଛି। ଶାନ୍ତି ବଜାୟ ରଖିବା ପାଇଁ ପୁଲିସ ଓ ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି।

ସୂଚନାଯୋଗ୍ୟ ନାଳରେ ପ୍ରବାହିତ ଲାଲ୍‌ ରଙ୍ଗର ପାଣିକୁ ନେଇ ସୋମବାର ସକାଳ ୧୦ଟା ବେଳେ ଘଟିଥିବା ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଓ ଢେଲାପଥର ମାଡ଼ ପରେ ବାଲେଶ୍ୱର ସହରରେ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ପୋଲିସ ୧୪୪ଧାରା ଜାରି କରିଥିଲା। ରାତି ପ୍ରାୟ ୧୧ଟା ବେଳେ ଟାଉନ ଥାନାକୁ ଉଭୟ ଗୋଷ୍ଠୀ ଲିଖିତ ଅଭିଯୋଗ ଦେବାକୁ ଯାଇଥିଲେ। ସେଠାରେ ଉଭୟ ଗୋଷ୍ଠୀ ମଧ୍ୟରେ କଥା କଟାକଟି ହେବା ପରେ ପରସ୍ପରକୁ ଆକ୍ରମଣ ପ୍ରତି ଆକ୍ରମଣ କରିଥିଲେ। ପୋଲିସର ହସ୍ତକ୍ଷେପ ପରେ ଉଭୟ ଗୋଷ୍ଠୀ ଥାନାରୁ ପଳାଇ ଆସିଥିଲେ।

ପରେ ମଧ୍ୟରାତ୍ରରେ ସୋଏଲପୁରସ୍ଥିତ ମସ୍‌ଜିଦ୍‌ ଓ ପାତ୍ରପଡାସ୍ଥିତ ମସ୍‌ଜିଦ୍‌ରେ ଗୋଟିଏ ଗୋଷ୍ଠୀ ପଶି ଭଙ୍ଗାରୁଜା କରିଥିଲେ। ଉକ୍ତ ଗଣ୍ଡଗୋଳକୁ ନେଇ ଟାଉନ ଥାନାରେ ୧୫ରୁ ଊର୍ଦ୍ଧ୍ୱ ମାମଲା ରୁଜୁ ହୋଇଛି। ୧୪୪ଜଣ ଲୋକଙ୍କୁ ଅଟକ ରଖାଯାଇ ତଦନ୍ତ କରାଯାଉଛି। ଏହି ଘଟଣା ପରେ ବିଳମ୍ବିତ ରାତିରେ ବାଲେଶ୍ୱର ଟାଉନ ଥାନାରେ ଏସ୍‌ପି ସାଗରିକା ନାଥ ଓ ଜିଲାପାଳ ଆଶିଷ ଠାକ୍‌ରେ ଏକ ଜରୁରୀ ବୈଠକ ଡାକି ସ୍ଥିତି ସମୀକ୍ଷା କରିଥିଲେ। ଏହାପରେ କର୍ଫ୍ୟୁ ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୨୦୨୫ର ଶେଷ ୨୦ ତାରିଖ, ପଡୁଛି ଅଶୁଭ ଯୋଗ; ରାତି ଭିତରେ ଘଟିଯିବ…

ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

ମସ୍କଙ୍କ ବଡ଼ ବିଜୟ! ୭ ବର୍ଷର ଲଢ଼େଇ ଶେଷ, କୋର୍ଟ ଫେରାଇଲେ…..

ନୂଆଦିଲ୍ଲୀ,୨୦ା୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସାତ ବର୍ଷର ଆଇନଗତ ଲଢ଼େଇ ପରେ, ଡେଲାୱେର୍...

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri