ଜିଲା ପ୍ରଶାସନର ନିଷ୍ପତ୍ତି; ଆଉ ଦୁଇଦିନ ସ୍କୁଲ, କଲେଜ ବନ୍ଦ

ବାଲେଶ୍ୱର, ୧୯।୬: ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଆଉ ୨ ଦିନ ସ୍କୁଲ, କଲେଜ ବନ୍ଦ ନିଷ୍ପତ୍ତି ନେଇଛି। ସେହିପରି ଗୁରୁବାର ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା କର୍ଫ୍ୟୁ କୋହଳ କରାଯାଇଛି। ଏହାସହିତ କେବଳ ବ୍ୟାଙ୍କରେ ଜାରି ରହିବ ଲିଜ୍‌ ଲାଇନ୍ ଇଣ୍ଟରନେଟ ସେବା।

ତେବେ ଗୋଷ୍ଠୀ ବିବାଦ ପ୍ରଶମନ ପାଇଁ ପୁଲିସ ଓ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ବିଭିନ୍ନ ସ୍ତରର ଲୋକପ୍ରତିନିଧି ଏବଂ ଶାନ୍ତି କମିଟି କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ଉତ୍ତେଜନାପୂର୍ଣ୍ଣ ଅଞ୍ଚଳରେ ଶାନ୍ତି ପ୍ରତିଷ୍ଠା ପାଇଁ ପ୍ରୟାସ କରାଯାଉଛି। କର୍ଫ୍ୟୁ ବଳବତ୍ତର ରହିଥିବା ବେଳେ ଗୋଷ୍ଠୀ ବିବାଦ ଜନିତ ହିଂସାକାଣ୍ଡ ଓ ଭଙ୍ଗାରୁଜାକୁ ନେଇ ରୁଜୁ ହୋଇଥିବା ୧୫ଟି ମାମଲାରେ ମୋଟ ୫୦ରୁ ଉଦ୍ଧ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି। ଏହି ଗିରଫ ସଂଖ୍ୟା ଆହୁରି ବୃଦ୍ଧି ପାଇବା ନେଇ ଏସ୍‌ପି ସାଗରିକା ନାଥ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ୬ ପ୍ଲାଟୁନ କେନ୍ଦ୍ରୀୟ ଫୋର୍ସ ଆସିବାର ନିର୍ଦେଶ ରହିଛି। ଶାନ୍ତି ବଜାୟ ରଖିବା ପାଇଁ ପୁଲିସ ଓ ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି।

ସୂଚନାଯୋଗ୍ୟ ନାଳରେ ପ୍ରବାହିତ ଲାଲ୍‌ ରଙ୍ଗର ପାଣିକୁ ନେଇ ସୋମବାର ସକାଳ ୧୦ଟା ବେଳେ ଘଟିଥିବା ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଓ ଢେଲାପଥର ମାଡ଼ ପରେ ବାଲେଶ୍ୱର ସହରରେ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ପୋଲିସ ୧୪୪ଧାରା ଜାରି କରିଥିଲା। ରାତି ପ୍ରାୟ ୧୧ଟା ବେଳେ ଟାଉନ ଥାନାକୁ ଉଭୟ ଗୋଷ୍ଠୀ ଲିଖିତ ଅଭିଯୋଗ ଦେବାକୁ ଯାଇଥିଲେ। ସେଠାରେ ଉଭୟ ଗୋଷ୍ଠୀ ମଧ୍ୟରେ କଥା କଟାକଟି ହେବା ପରେ ପରସ୍ପରକୁ ଆକ୍ରମଣ ପ୍ରତି ଆକ୍ରମଣ କରିଥିଲେ। ପୋଲିସର ହସ୍ତକ୍ଷେପ ପରେ ଉଭୟ ଗୋଷ୍ଠୀ ଥାନାରୁ ପଳାଇ ଆସିଥିଲେ।

ପରେ ମଧ୍ୟରାତ୍ରରେ ସୋଏଲପୁରସ୍ଥିତ ମସ୍‌ଜିଦ୍‌ ଓ ପାତ୍ରପଡାସ୍ଥିତ ମସ୍‌ଜିଦ୍‌ରେ ଗୋଟିଏ ଗୋଷ୍ଠୀ ପଶି ଭଙ୍ଗାରୁଜା କରିଥିଲେ। ଉକ୍ତ ଗଣ୍ଡଗୋଳକୁ ନେଇ ଟାଉନ ଥାନାରେ ୧୫ରୁ ଊର୍ଦ୍ଧ୍ୱ ମାମଲା ରୁଜୁ ହୋଇଛି। ୧୪୪ଜଣ ଲୋକଙ୍କୁ ଅଟକ ରଖାଯାଇ ତଦନ୍ତ କରାଯାଉଛି। ଏହି ଘଟଣା ପରେ ବିଳମ୍ବିତ ରାତିରେ ବାଲେଶ୍ୱର ଟାଉନ ଥାନାରେ ଏସ୍‌ପି ସାଗରିକା ନାଥ ଓ ଜିଲାପାଳ ଆଶିଷ ଠାକ୍‌ରେ ଏକ ଜରୁରୀ ବୈଠକ ଡାକି ସ୍ଥିତି ସମୀକ୍ଷା କରିଥିଲେ। ଏହାପରେ କର୍ଫ୍ୟୁ ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚିତ୍ରତ୍ପୋଳାରେ ଭାସିଗଲେ ଛାତ୍ର

କେନ୍ଦ୍ରାପଡ଼ା,୨୦।୭: ଚିତ୍ରତ୍ପୋଳା ନଦୀରେ ଭାସିଗଲେ ଛାତ୍ର। ନଦୀରେ ଗାଧୋଇବାବେଳେ ଏପରି ଅଘଟଣ ଘଟିଛି। ଛାତ୍ର ଜଣକ ପାଟକୁରା ଜଗନ୍ନାଥପୁର ଗାଁର ବୋଲି ଜଣାପଡିଛି। ଛାତ୍ରଙ୍କୁ ଉଦ୍ଧାର...

ରାଜ୍ୟରେ ବନ୍ୟା ସ୍ଥିତି ନେଇ ଏମିତି କହିଲେ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର,୨୦।୭: ରାଜ୍ୟରେ ବନ୍ୟା ସ୍ଥିତି ନାହିଁ ବୋଲି କହିଲେ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି। ସେ କହିଛନ୍ତି ଶୁକ୍ରବାର ସୁଦ୍ଧା...

ରାଜ୍ୟରେ ବର୍ଷା ସ୍ଥିତି ସମୀକ୍ଷା କଲେ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ଭୁବନେଶ୍ୱର,୨୦।୭: ରାଜ୍ୟରେ ବର୍ଷା ସ୍ଥିତି ସମୀକ୍ଷା କଲେ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। SRCଙ୍କ ସହ ସ୍ଥିତି ସମୀକ୍ଷା କରିଛନ୍ତି ମନ୍ତ୍ରୀ। ମାଲକାନଗିରିର ତଳିଆ...

ଅସୁସ୍ଥ ଦନ୍ତାହାତୀକୁ କାବୁ କରିପାରୁନି ବନ ବିଭାଗ

ଢେଙ୍କାନାଳ,୨୦ା୭(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦର ରେଞ୍ଜ୍‌ ଖଡ଼ଗପ୍ରସାଦ ବଡ଼ପୋଲ ଅଞ୍ଚଳରେ ଏକ ଦନ୍ତାହାତୀ ଅସୁସ୍ଥ ହୋଇ ଗର୍ଜନ କରୁଥିବା ଦେଖାଯାଇଥିଲା। ହାତୀଟିର...

ବଦଳିଲା କ୍ରୀଡା ପୁରସ୍କାର ନାଁ, ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୦।୭: ବଦଳିଲା କ୍ରୀଡା ପୁରସ୍କାର ନାଁ। ହଟିଲା ବିଜୁ ପଟ୍ଟନାୟକଙ୍କ ନାମ। କ୍ରୀଡ଼ା ପୁରସ୍କାର ନାଁ ବଦଳି ହେଲା ଓଡ଼ିଶା ରାଜ୍ୟ କ୍ରୀଡ଼ା ପୁରସ୍କାର ସମ୍ମାନ।...

ମରାମତି ପରେ ଅବସ୍ଥା ଆହୁରି ଦୟନୀୟ

ଦାରିଙ୍ଗବାଡ଼ି,୨୦।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦନେକବାଡିରୁ ସିର୍କାବର୍ଗକୁ ସଂଯୋଗ କରୁଥିବା ଜାଞ୍ଜିକୁଟି ପୋଲ ମଝିରେ ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ...

ବଜେଟ ଅଧିବେଶନରେ ଭାଜପାର ଟେନଶନ ବଢାଇବ ବିଜେଡି, ନବୀନଙ୍କ ନୂଆ ପ୍ଲାନ

ନୂଆଦିଲ୍ଲୀ,୨୦।୭: ଲୋକସଭା ଏବଂ ବିଧାନସଭା ନିର୍ବାଚନରେ ପରାଜୟ ପରେ ନବୀନ ପଟ୍ଟନାୟକଙ୍କ ଦଳ ବିଜୁ ଜନତା ଦଳ (ବିଜେଡି) ର ଆଭିମୁଖ୍ୟ ଆକ୍ରମଣାତ୍ମକ ହୋଇଛି। ଏବଂ...

୩ ଘଣ୍ଟା ପାଇଁ ଏହି ୫ ଜିଲାକୁ ଅରେଞ୍ଜ ୱାର୍ନିଂ: ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର,୨୦।୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri