ଆଜି ୯ ଜିଲାରେ ସ୍କୁଲ ବନ୍ଦ

ଭୁବନେଶ୍ୱର,୩।୮(ଅସମାପିକା ସାହୁ)ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ବୁଧବାର ୧୩ଟି ଜିଲାରେ ସ୍କୁଲ ଛୁଟି ରହିଥିଲା। କେନ୍ଦୁଝର, ବଲାଙ୍ଗୀର, ନୂଆପଡ଼ା, ବାଲେଶ୍ୱର, କଳାହାଣ୍ଡି, ସୁବର୍ଣ୍ଣପୁର, ସମ୍ବଲପୁର, ନୟାଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ଅନୁଗୋଳ, ବୌଦ୍ଧ ଓ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଥିଲା। ସେହିପରି ଗୁରୁବାର ୯ ଜିଲାରେ ସ୍କୁଲ ବନ୍ଦ ରହିବ ବୋଲି ସୂଚନା ମିଳିଛି। ରାୟଗଡ଼ା, ଦେବଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ, ଅନୁଗୋଳ, ବଲାଙ୍ଗୀର, ସୋନପୁର ଓ ବରଗଡ଼ ଜିଲାରେ ସମସ୍ତ ସ୍କୁଲ ଏବଂ ଯାଜପୁର ଜିଲାର ୪ଟି ବ୍ଲକ୍‌ରେ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।
ଗୁରୁବାର ରାୟଗଡ଼ା ଜିଲାର ସମସ୍ତ ସ୍କୁଲ ଛୁଟି ରଖିବାକୁ ଜିଲାପାଳ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦେବଗଡ଼ ଜିଲାର ସମସ୍ତ ସ୍କୁଲକୁ ୨ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲାର ସମସ୍ତ ସ୍କୁଲ ବୁଧବାର ଓ ଗୁରୁବାର ବନ୍ଦ ରଖାଯାଇଛି। ସୁନ୍ଦରଗଡ଼ ଜିଲାରେ ମଧ୍ୟ ଗୁରୁବାର ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ ରହିବ ବୋଲି ଜିଲାପାଳ କାର୍ଯ୍ୟାଳୟରୁ ସୂଚନା ମିଳିଛି। ମୟୂରଭଞ୍ଜ ଜିଲାପାଳଙ୍କ ଅନୁମୋଦନକ୍ରମେ ଜିଲାର ସମସ୍ତ ସ୍କୁଲ ଗୁରୁବାର ବନ୍ଦ ରଖିବାକୁ ଜିଲା ଶିକ୍ଷାଧିକାରୀ ବୁଧବାର ଜିଲାର ସମସ୍ତ ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ, ଉଚ୍ଚ ମାଧ୍ୟମିକ ଶିକ୍ଷା ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ ଏବଂ ଜିଲା ଅଧୀନରେ ଥିବା ସମସ୍ତ ସ୍କୁଲ ପ୍ରଧାନ ଶିକ୍ଷକଙ୍କୁ ଚିଠି ଲେଖିଛନ୍ତି। ସେହିପରି ସୋନପୁର ଓ ବରଗଡ଼ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରଖାଯାଇଥିବା ସମ୍ପୃକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ତେବେ ଯାଜପୁର ଜିଲାର ୪ଟି ବ୍ଲକ୍‌ରେ ଥିବା ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ଜିଲାପାଳ କାର୍ଯ୍ୟାଳୟରୁ ଜାରି ବିଜ୍ଞପ୍ତି ଅନୁସାରେ, ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କୋରେଇ, ଯାଜପୁର, ବିଞ୍ଝାରପୁର ଓ ଦଶରଥପୁର ବ୍ଲକର ସମସ୍ତ ଅଙ୍ଗନଓ୍ବାଡ଼ି, ସମସ୍ତ ସରକାରୀ ଓ ଘରୋଇ ସ୍କୁଲ କଲେଜ ବନ୍ଦ ରହିବ। ସେପଟେ ଅନୁଗୋଳ ଜିଲାରେ ମଧ୍ୟ ସମସ୍ତ ସ୍କୁଲ ଛୁଟି ରହିବ ବୋଲି ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଘୋଷଣା କରିଛନ୍ତି। ଅନ୍ୟପକ୍ଷରେ ଜିଲାପାଳଙ୍କ ସହ ଆଲୋଚନା ପରେ ସ୍କୁଲ ଛୁଟି ସଂକ୍ରାନ୍ତରେ ଯାହାକିଛି ନିଷ୍ପତ୍ତି ହେବ ବୋଲି ଢେଙ୍କାନାଳ ଜିଲା ଶିକ୍ଷାଧିକାରୀ ନିବେଦିତା ପାଣି ସୂଚନା ଦେଇଛନ୍ତି। ବୌଦ୍ଧ ଜିଲାରେ କିଛି ସ୍କୁଲ କର୍ତ୍ତୃପକ୍ଷ ସ୍ଥିତି ସୁଧୁରିବା ପର୍ଯ୍ୟନ୍ତ ସ୍କୁଲ ଛୁଟି କରାଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri