ଆଜି ୯ ଜିଲାରେ ସ୍କୁଲ ବନ୍ଦ

ଭୁବନେଶ୍ୱର,୩।୮(ଅସମାପିକା ସାହୁ)ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ବୁଧବାର ୧୩ଟି ଜିଲାରେ ସ୍କୁଲ ଛୁଟି ରହିଥିଲା। କେନ୍ଦୁଝର, ବଲାଙ୍ଗୀର, ନୂଆପଡ଼ା, ବାଲେଶ୍ୱର, କଳାହାଣ୍ଡି, ସୁବର୍ଣ୍ଣପୁର, ସମ୍ବଲପୁର, ନୟାଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ଅନୁଗୋଳ, ବୌଦ୍ଧ ଓ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଥିଲା। ସେହିପରି ଗୁରୁବାର ୯ ଜିଲାରେ ସ୍କୁଲ ବନ୍ଦ ରହିବ ବୋଲି ସୂଚନା ମିଳିଛି। ରାୟଗଡ଼ା, ଦେବଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ, ଅନୁଗୋଳ, ବଲାଙ୍ଗୀର, ସୋନପୁର ଓ ବରଗଡ଼ ଜିଲାରେ ସମସ୍ତ ସ୍କୁଲ ଏବଂ ଯାଜପୁର ଜିଲାର ୪ଟି ବ୍ଲକ୍‌ରେ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।
ଗୁରୁବାର ରାୟଗଡ଼ା ଜିଲାର ସମସ୍ତ ସ୍କୁଲ ଛୁଟି ରଖିବାକୁ ଜିଲାପାଳ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦେବଗଡ଼ ଜିଲାର ସମସ୍ତ ସ୍କୁଲକୁ ୨ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲାର ସମସ୍ତ ସ୍କୁଲ ବୁଧବାର ଓ ଗୁରୁବାର ବନ୍ଦ ରଖାଯାଇଛି। ସୁନ୍ଦରଗଡ଼ ଜିଲାରେ ମଧ୍ୟ ଗୁରୁବାର ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ ରହିବ ବୋଲି ଜିଲାପାଳ କାର୍ଯ୍ୟାଳୟରୁ ସୂଚନା ମିଳିଛି। ମୟୂରଭଞ୍ଜ ଜିଲାପାଳଙ୍କ ଅନୁମୋଦନକ୍ରମେ ଜିଲାର ସମସ୍ତ ସ୍କୁଲ ଗୁରୁବାର ବନ୍ଦ ରଖିବାକୁ ଜିଲା ଶିକ୍ଷାଧିକାରୀ ବୁଧବାର ଜିଲାର ସମସ୍ତ ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ, ଉଚ୍ଚ ମାଧ୍ୟମିକ ଶିକ୍ଷା ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ ଏବଂ ଜିଲା ଅଧୀନରେ ଥିବା ସମସ୍ତ ସ୍କୁଲ ପ୍ରଧାନ ଶିକ୍ଷକଙ୍କୁ ଚିଠି ଲେଖିଛନ୍ତି। ସେହିପରି ସୋନପୁର ଓ ବରଗଡ଼ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରଖାଯାଇଥିବା ସମ୍ପୃକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ତେବେ ଯାଜପୁର ଜିଲାର ୪ଟି ବ୍ଲକ୍‌ରେ ଥିବା ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ଜିଲାପାଳ କାର୍ଯ୍ୟାଳୟରୁ ଜାରି ବିଜ୍ଞପ୍ତି ଅନୁସାରେ, ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କୋରେଇ, ଯାଜପୁର, ବିଞ୍ଝାରପୁର ଓ ଦଶରଥପୁର ବ୍ଲକର ସମସ୍ତ ଅଙ୍ଗନଓ୍ବାଡ଼ି, ସମସ୍ତ ସରକାରୀ ଓ ଘରୋଇ ସ୍କୁଲ କଲେଜ ବନ୍ଦ ରହିବ। ସେପଟେ ଅନୁଗୋଳ ଜିଲାରେ ମଧ୍ୟ ସମସ୍ତ ସ୍କୁଲ ଛୁଟି ରହିବ ବୋଲି ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଘୋଷଣା କରିଛନ୍ତି। ଅନ୍ୟପକ୍ଷରେ ଜିଲାପାଳଙ୍କ ସହ ଆଲୋଚନା ପରେ ସ୍କୁଲ ଛୁଟି ସଂକ୍ରାନ୍ତରେ ଯାହାକିଛି ନିଷ୍ପତ୍ତି ହେବ ବୋଲି ଢେଙ୍କାନାଳ ଜିଲା ଶିକ୍ଷାଧିକାରୀ ନିବେଦିତା ପାଣି ସୂଚନା ଦେଇଛନ୍ତି। ବୌଦ୍ଧ ଜିଲାରେ କିଛି ସ୍କୁଲ କର୍ତ୍ତୃପକ୍ଷ ସ୍ଥିତି ସୁଧୁରିବା ପର୍ଯ୍ୟନ୍ତ ସ୍କୁଲ ଛୁଟି କରାଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri