ଅଗଷ୍ଟ ୧୬ରୁ ଖୋଲିବ ସ୍କୁଲ

ଲକ୍ଷ୍ନୌ,୨।୮: ଦେଶରେ କରୋନାର ଦ୍ୱିତୀୟ ଲହର ଧୀରେ ଧୀରେ କମିବାରେ ଲାଗିଛି। ସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ଅନେକ ରାଜ୍ୟରେ ଏବେ ସ୍କୁଲ ଓ କଲେଜ ଖୋଲାଯାଉଛି। ଇତିମଧ୍ୟରେ ଉତ୍ତରପ୍ରଦେଶ ସରକାର ମଧ୍ୟ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନେଇଛନ୍ତି। ୟୁପିରେ କୋଭିଡ ପ୍ରୋଟୋକଲ୍‌ ସହ ଅଗଷ୍ଟ ୧୬ରୁ ୫୦ ପ୍ରତିଶତ ଛାତ୍ରୀଛାତ୍ରଙ୍କ ଉପସ୍ଥିତିରେ ସ୍କୁଲ ଖୋଲାଯିବ। ସ୍କୁଲରେ ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବ। ଏଥିସହ ଛାତ୍ରୀଛାତ୍ରମାନେ ସ୍କୁଲକୁ ଆସିବା ପାଇଁ ଅଭିଭାବକଙ୍କଠାରୁ ଏକ ଲିଖିତ ସହମତି ପତ୍ର ଆଣିବା ଜରୁରୀ। ବିନା ସହମତି ପତ୍ରରେ ସ୍କୁଲରେ ପ୍ରବେଶ କରିବାକୁ ଦିଆଯିବ ନାହିଁ। ଏନେଇ ସୋମବାର ଲୋକଭବନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଶିକ୍ଷା ବିଭାଗର ଅଧିକାରୀମାନେ ଏକ ବୈଠକ କରିଥିଲେ। ଏଥିରେ ସ୍କୁଲ ଖୋଲିବା ଓ କରୋନା ନିୟମ ପାଳନ ବିଷୟରେ ଆଲୋଚନା ହୋଇଥିଲା। ତେବେ ଦ୍ୱିପ୍ରହର ୨ଟା ୩୦ରେ ମଧ୍ୟ ଉକ୍ତ ବିଭାଗ ଉପମୁଖ୍ୟମନ୍ତ୍ରୀ ଦିନେଶ ଶର୍ମାଙ୍କ ସହ ଏକ ବୈଠକ କରିବ ବୋଲି ଜଣାପଡ଼ିଛି। ଅନ୍ୟପଟେ ଦେଶର ଅନେକ ରାଜ୍ୟରେ ଜୁଲାଇ ଶେଷ ସପ୍ତାହ ସୁଦ୍ଧା ଓ ଅଗଷ୍ଟ ୨ରୁ ସ୍କୁଲ ଖୋଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ଏମିତି କହିଦେଲେ ନିଶକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri