Posted inଖେଳ

ସ୍କୁଲ୍ସ ଚେସ୍‌: ନମସ୍ୟ ନଳିନୀଙ୍କୁ ଟାଇଟଲ

ଭୁବନେଶ୍ୱର, ୧୦।୭ (ତପନ ସ୍ବାଇଁ): ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ରବିବାର ଟଙ୍କପାଣି ରୋଡ୍‌ସ୍ଥିତ ସାଇ ବୀଣାପାଣି ଜ୍ଞାନମନ୍ଦିର ପରିସରରେ ରାଜ୍ୟ ସ୍କୁଲ୍ସ ଓପନ ଚେସ୍‌ ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ କେଦାରଗୌରୀ ସେଣ୍ଟ ଜାଭିୟର ହାଇସ୍କୁଲର ନମସ୍ୟ ନଳିନୀ ଚାମ୍ପିୟନ ହୋଇଛନ୍ତି। ସେ ପୂରା ୫ ପଏଣ୍ଟ ପାଇଛନ୍ତି। କଟକ ଓଲ୍ଡ ଷ୍ଟିଓ୍ବାର୍ଟ ସ୍କୁଲର ଲଳିତ ରଞ୍ଜନ ସାହୁ ଓ କଟକ କେଭି-୧ର ଆୟୂଷ ଆର୍ଯ୍ୟନ ମହାପାତ୍ର ୪.୫ ପଏଣ୍ଟ ଲେଖାଏ ପାଇ ପରବର୍ତ୍ତୀ ୨ ସ୍ଥାନରେ ରହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସତ୍ୟମ ସ୍ବରୂପ ସାହୁ, ଦୀପ୍ତିରଞ୍ଜନ ସାହୁ, ସ୍ବସ୍ତିକ ବେହେରା, ପ୍ରିୟଦର୍ଶନ ରାୟ, ସିଦ୍ଧାର୍ଥ ମଲିକ, ଅଦିମାନନ ନାୟକ ଓ ଓମ୍‌ କ୍ରିଷ୍ଣା ପ୍ରଧାନ ଟପ୍‌-୧୦ ଫିନିଶ୍‌ କରିଛନ୍ତି। ଏହା ବ୍ୟତୀତ ୭, ୯, ୧୧, ୧୩ ଏବଂ ବାଳିକା ବର୍ଗରେ ଶ୍ରେଷ୍ଠ ୨ ଜଣ ଲେଖାଏ ଖେଳାଳିଙ୍କୁ ଏଜ୍‌ ଗ୍ରୁପ୍‌ ଏବଂ ୭ ଖେଳାଳିଙ୍କୁ ପ୍ରଦର୍ଶନ ଭିତ୍ତିରେ ସ୍ବତନ୍ତ୍ର ପୁରସ୍କାରରେ ସମ୍ମାନିତ କରାଯାଇଛି। ୪ ବର୍ଷୀୟ ଅନନ୍ୟା ମିଶ୍ର ଓ ଅନୁଶ୍ରୁତ ମିଶ୍ର (ଯାଆଁଳା) ପ୍ରତିଯୋଗିତାର ସର୍ବକନିଷ୍ଠ ଖେଳାଳି ଥିଲେ। ରାଉରକେଲାସ୍ଥିତ ହାଇ-ଟେକ୍‌ ମେଡିକାଲ କଲେଜ ଓ ହସ୍ପିଟାଲର ମୁଖ୍ୟ କାର୍ଯ୍ୟନିର୍ବାହୀ ସୁଶାନ୍ତ ଆଚାର୍ଯ୍ୟ, ସାମାଜିକ କର୍ମୀ ସଙ୍ଗୀତା ଷଡ଼ଙ୍ଗୀ ଓ ରାଜ୍ୟ ଗୁଇନ୍ଦା ଇନ୍‌ସ୍ପେକ୍ଟର ପ୍ରିୟଦର୍ଶିନୀ ନାୟକ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ମୁଖ୍ୟ ଆର୍ବିଟର ଦେବାଶିଷ ପାଣିଗ୍ରାହୀ ଓ ସାଇ ବୀଣାପାଣି ଜ୍ଞାନମନ୍ଦିରର ସମ୍ପାଦକ ଭବାନୀ ଶଙ୍କର ମହାପାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀପୂର୍ଣ୍ଣିମାରେ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୭।୮ ରାକ୍ଷୀପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳାମାନଙ୍କୁ ‘ସୁଭଦ୍ରା’ ଯୋଜନାର ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଜୁଲାଇ ୨୫…

ବୁଧ ଓ ମଙ୍ଗଳଙ୍କ ଶୁଭ ଯୋଗ! ଭାଗ୍ୟ ନେବ ମୋଡ଼, ୮ ଅଗଷ୍ଟରୁ ୪ ରାଶିକୁ ମିଳିବ ବଡ଼ ଲାଭ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ଅଗଷ୍ଟ ୮ ତାରିଖ ଅପରାହ୍ନରେ ଏକ ବିଶେଷ ମହାଜାଗତିକ ଘଟଣା ଘଟିବାକୁ ଯାଉଛି । ଏହି ଦିନ ବୁଧ ଏବଂ ମଙ୍ଗଳଙ୍କ…

କଷ୍ଟ ସହି ନ ପାରି କରିଥିଲେ ଆତ୍ମହତ୍ୟା: ୪ ବର୍ଷ ପରେ ଦୁଇ ଅଭିଯୁକ୍ତ ଗିରଫ

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନା କେସ୍ ନଂ-୪୩, ତାରିଖ ୧୫.୦୩.୨୦୨୨ରେ ରୁଜୁ ହୋଇଥିବା ୪ ବର୍ଷ ପୁରୁଣା ଏକ ଚର୍ଚ୍ଚିତ ମାମଲାରେ ଘସିପୁରା ପୋଲିସ…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ପୂର୍ବରୁ ବାହା ହୋଇଥିବା କଥା ଲୁଚାଇ ପ୍ରଲୋଭନ ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ପରେ…

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ବିବାହର ପ୍ରଲୋଭନ ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ଏବଂ ପୂର୍ବରୁ ବିବାହିତ ଥିବା ସତ୍ୟ ଲୁଚାଇ ଠକେଇ କରିବା ଅଭିଯୋଗରେ ଆନନ୍ଦପୁର…

‘ମା’ କ୍ଷୀର ଶିଶୁର ଅଧିକାର, ସୁସ୍ଥ ଭବିଷ୍ୟତର ମୂଳଦୁଆ‘

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁର୍ଗାମଣ୍ଡପସ୍ଥିତ ୧୨ ନମ୍ବର ୱାର୍ଡର ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ପାଳନ କରାଯାଇଛି।…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri