ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଦ୍ୱାରା ବରଗଡ଼ ଜିଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରାଯିବା ସହ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲାପାଳ ଆଦିତ୍ୟ ଗୋୟଲଙ୍କ ନିର୍ଦ୍ଦେଶକ୍ରମେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ଜିଲା ଶିକ୍ଷା ଅଧିକାରୀ (ଡିଇଓ) ସରୋଜ କୁମାର ଭୁଏ ସୂଚନା ଦେଇଛନ୍ତି। ରେଡ୍ ୱାର୍ଣ୍ଣିଂ ପ୍ରଭାବରେ ଜିଲାରେ କ୍ରମାଗତ ବର୍ଷା ଜାରି ରହିଥିବାରୁ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Share