Categories: ରାଜ୍ୟ

୮ରୁ ଖୋଲିବ ସ୍କୁଲ, କଲେଜ

ଭୁବନେଶ୍ୱର,୨ା୧- କୋଭିଡ୍‌ କଟକଣାରେ ରାଜ୍ୟରେ ଖୋଲିବାକୁ ଯାଉଛି ସ୍କୁଲ ଓ କଲେଜ। ଆସନ୍ତା ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ଶିକ୍ଷାନୁଷ୍ଠାନ ଖୋଲିବ। ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ହେବାକୁ ଥିବା ଫାଇନାଲ ପରୀକ୍ଷା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ସ୍କୁଲରେ ୧୦୦ ଦିନର ଶିକ୍ଷାଦାନ ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ଦଶମ ବୋର୍ଡ ପରୀକ୍ଷା ମେ’ ୩ରୁ ୧୫ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବାବେଳେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମେ’ ୧୫ରୁ ଜୁନ ୧୧ ପର୍ଯ୍ୟନ୍ତ ହେବ।

ଶିକ୍ଷାନୁଷ୍ଠାନଗୁଡ଼ିକରେ ସ୍ବାସ୍ଥ୍ୟ ଓ ପରବାର କଲ୍ୟାଣ ବିଭାଗ ଏବଂ ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶାବଳୀ କାର୍ଯ୍ୟକାରୀ କରାଯିବ। କୋଭିଡ୍‌-୧୯ ମହାମାରୀ କାରଣରୁ ଗତ ମାର୍ଚ୍ଚରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଛାତ୍ରୀଛାତ୍ରଙ୍କ ପାଇଁ ଅନ୍‌ଲାଇନ୍‌ରେ ପାଠ ପଢ଼ା ଚାଲିଥିଲା।