ବାତ୍ୟା ପାଇଁ ଏସବୁ ଜିଲାରେ ସ୍କୁଲ ଛୁଟି ଘୋଷଣା, ଏହି ତାରିଖ ଯାଏ ରହିବ ବନ୍ଦ

ଭୁବନେଶ୍ୱର,୨୭।୧୦: ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ଦକ୍ଷିଣ ଓଡ଼ିଶାର ୮ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆସନ୍ତାକାଲିଠୁ ୩୦ ଯାଏ ୮ ଜିଲାରେ ସ୍କୁଲ ବନ୍ଦ ରହିବ। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ସ୍କୁଲ ବନ୍ଦ ରହିବ। ଏହା ସହିତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।

ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ର ଗତିପଥ। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରି ୨୮ ତାରିଖ ମଙ୍ଗଳବାର ସାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୯୦/୧୦୦ କି.ମି. ରହିବ। ଏହାର ପ୍ରଭାବରେ ୨୭ ତାରିଖ ସୋମବାରଠାରୁ ୪ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ପାରାଦୀପ ବନ୍ଦରରେ ୨ ନଂ ବିପଦ ସଙ୍କେତ ଜାରି କରାଯାଇଛି। ଏପରିକି ସମୁଦ୍ରକୁ ଯାଇଥିବା ସମସ୍ତ ମତ୍ସ୍ୟଜୀବୀ ଫେରି ଆସିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri