‘ରାଜ୍ୟସ୍ତରରେ କୃତିତ୍ୱ ଅର୍ଜନ କରି ବିଦ୍ୟାଳୟର ମାନ ବୃଦ୍ଧି କରିଛନ୍ତି ଛାତ୍ରୀଛାତ୍ର’

ଦାରିଙ୍ଗବାଡ଼ି,୨୦ା୧୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ତଥା ପ୍ରାରମ୍ଭ -୨୦୨୪ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଜଗନ୍ନାଥ ମହାରଣାଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା ଯୋଗ ଦେଇଥିବାବେଳେ ଅନ୍ୟତମ ଅତିଥିଙ୍କ ମଧ୍ୟରେ ଆଇଆଇସି ଅଶୋକ କୁମାର ହାଁସଦା, ଏବିଇଓ ଗୋକୁଳାନନ୍ଦ ନାୟକ,ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅଜୟ କୁମାର ଜେନା ମଞ୍ଚାସୀନ ଥିଲେ।

କାର୍ଯ୍ୟକ୍ରମକୁ ସହକାରୀ ଶିକ୍ଷୟିତ୍ରୀ ସୋମ୍ୟା ସୁଚରିତା ଏବଂ ରଜତ ବିକ୍ରମ ପ୍ରଧାନ ପରିଚାଳନା କରିଥିଲେ। ଏହି ଅବସରରେ ଅଧ୍ୟକ୍ଷ ମହାରଣା ବିଦ୍ୟାଳୟ ସମ୍ପର୍କିତ ସୂଚନା ତଥା ଛାତ୍ରୀଛାତ୍ରଙ୍କ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ଭଲ ପ୍ରଦର୍ଶନ କରୁଥିବା ସହ ଖେଳକୁଦ, ବିଜ୍ଞାନ ସମେତ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି କୃତିତ୍ୱ ଅର୍ଜନ କରିଥିବାବେଳେ ରାଜ୍ୟସ୍ତରରେ ପ୍ରତିଯୋଗିତାରେ ଯୋଗଦାନ କରି କୃତିତ୍ୱ ଅର୍ଜନ କରିଥିବା ସୂଚନା ପ୍ରଦାନ କରିଥିଲେ।

ସେହିପରି ଅତିଥି ଭାବେ ଯୋଗଦେଇ ଆଇଆଇସି ହାଁସଦା ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ କହିଥିଲେ, ଯାହା ପାଠରେ ସନ୍ଦେହ କରୁଛନ୍ତି ତାହା ତୁରନ୍ତ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଶ୍ନ ପଚାରନ୍ତୁ ଯଦି ଭୟ କିମ୍ବା ଲାଜରେ ପଚାରିବେନି ତେବେ ଜୀବନସାରା ଆପଣଙ୍କ ସନ୍ଦେହରେ ରହିଯିବ। ସେହିପରି ଛାତ୍ର ଆଉ ଶିକ୍ଷକଙ୍କ ମଧ୍ୟରେ ଦୂରତା ରହିଲେ ଛାତ୍ରୀଛାତ୍ରଙ୍କ ଶିକ୍ଷାର ବିକାଶ ହୋଇପାରିବନି। ତେଣୁ ସମସ୍ତେ ମିଶି ପିଲାଙ୍କ ପାଠ ଓ ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନ ଆଣିବାକୁ ଗୁରୁତ୍ୱ ଦେବାକୁ ଅନ୍ୟତମ ଅତିଥି ଅଜୟ ଜେନା ମତ ପ୍ରକାଶ କରିଥିଲେ।

ସେହିପରି ଅନ୍ୟତମ ଅତିଥି ଏବିଇଓ କହିଛନ୍ତି, ବାର୍ଷିକ ଉତ୍ସବକୁ ଛାତ୍ରୀଛାତ୍ର ଅପେକ୍ଷା କରିରହିଥାନ୍ତି ଏହି ଅବସରରେ ସେମାନଙ୍କ ପ୍ରତିଯୋଗିତା ହୁଏ ଓ କୃତି ଛାତ୍ରୀଛାତ୍ର ପୁରସ୍କାର ପାଇ ନିଜର ଦକ୍ଷତା ବୃଦ୍ଧି କରିଥାଏ ବୋଲି କହିଥିଲେ।

ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କୃତୀ ଛାତ୍ରୀଛାତ୍ରଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କାର, ମାନପତ୍ର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମ ଶେଷରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୪(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri