Posted inରାଜ୍ୟ

‘ଗୁଲାବ’ ପାଇଁ ୧୧ ଜିଲାର ସ୍କୁଲ ବନ୍ଦ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବାତ୍ୟା ‘ଗୁଲାବ’ ରବିବାର ସନ୍ଧ୍ୟାରେ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମଠାରେ ଲ୍ୟାଣ୍ଡଫଲ କରିବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀଗସ୍ତରେ ଥିଲେ ହେଁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସ୍ଥିତିର ସମୀକ୍ଷା କରିଛନ୍ତି। ଏହାପରେ ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ୧୧ ଜିଲାରେ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସୋମବାର ପ୍ରଭାବିତ ହେବାକୁ ଥିବା ୧୧ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ପରବର୍ତ୍ତୀ ସମୟରେ ଜିଲାପାଳମାନେ ସ୍ଥାନୀୟ ପରିସ୍ଥିତିକୁ ବିଚାରକୁ ନେଇ ସ୍କୁଲ ଖୋଲିବା ସମ୍ପର୍କରେ ନିଷ୍ପତ୍ତି ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବାତ୍ୟା ଦ୍ବାରା ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟ ଜିଲ୍ଲା ସର୍ବାଧିକ ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ ଏହି ଜିଲାଗୁଡିକ ସହିତ କନ୍ଧମାଳ, ମାଲକାନଗିରି, ନବରଂଗପୁର ଓ କଳାହାଣ୍ଡିର କିଛି ଅଞ୍ଚଳରେ ପ୍ରବଳକୁ ପ୍ରବଳତର ବର୍ଷା ଏବଂ ଖୋର୍ଦ୍ଧା, ପୁରୀ ଓ ନୟାଗଡ ଜିଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ସୂଚନା ଦେଇଥିଲେ । ଏହା ସହିତ କେତେକ ସ୍ଥାନରେ ଭୂସ୍ଖଳନ ହେବାର ସଂଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri