କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ ସ୍ଥିତିକୁ ଦୃଷ୍ଟିରେ ରଖି ୬ ଜିଲାରେ ଆଉ ଗୋଟିଏ ଦିନ ଛୁଟି ବୃଦ୍ଧି କରାଯାଇଛି। ଶୁକ୍ରବାର ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ରାୟଗଡା ଜିଲାରେ ସ୍କୁଲ ବନ୍ଦ ରହିବ ବୋଲି ସମ୍ପୃକ୍ତ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ବର୍ଷା ପାଇଁ ବାରମ୍ବାର ସ୍କୁଲ ଛୁଟି ଯୋଗୁ ପିଲାଙ୍କ ପାଠପଢ଼ା ବ୍ୟାହତ ହେଉଛି। ତେବେ ଏନେଇ

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ଗଭୀର ଅବପାତ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ କ୍ରମାଗତ ଭାବେ ବର୍ଷା ଲାଗିରହିଛି। ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଅନେକ ଜିଲାର ଜିଲାପାଳମାନେ ପୂର୍ବରୁ ଦୁଇରୁ ତିନିଦିନ ପାଇଁ ସ୍କୁଲ ବନ୍ଦ ଘୋଷଣା କରିସାରିଛନ୍ତି। ଯଦି ପାଣିପାଗରେ ସୁଧାର ନ ଆସେ ତେବେ ସ୍କୁଲ ବନ୍ଦ ଅବଧି ଆହୁରି ବୃଦ୍ଧି କରାଯିବ। ଲଗାଣ ବର୍ଷା ଯୋଗୁ ବାରମ୍ବାର ସ୍କୁଲ ବନ୍ଦ ରହୁଥିବାରୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ପ୍ରଭାବିତ ହୋଇଛି। ତଥାପି ଏହି ଶିକ୍ଷାଗତ କ୍ଷତି ଭରଣା କରିବା ପାଇଁ ଆବଶ୍ୟକ ହେଲେ ଅତିରିକ୍ତ କ୍ଲାସ କରାଯିବ। ପିଲାଙ୍କ ପାଠପଢ଼ାରେ ଯେପରି କୌଣସି ଅସୁବିଧା ନ ହେବ ସେଥିପାଇଁ ଅଧିକ ଧ୍ୟାନ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?