ସ୍କୁଲ ବନ୍ଦ ହୋଇପାରେ

ଭୁବନେଶ୍ୱର, ୮।୯(ବ୍ୟୁରୋ):ରାଜ୍ୟରେ ଏବେ କରୋନା ସଂକ୍ରମଣ ପ୍ରାୟତଃ ସ୍ଥିର ରହିଛି। କିନ୍ତୁ ପିଲାଙ୍କ ସଂକ୍ରମଣ ଚିନ୍ତା ବଢ଼ାଇଛି। ଗତ ୨୪ ଘଣ୍ଟାରେ ୧୮ ବର୍ଷରୁ କମ୍‌ ବର୍ଗର ୯୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହା ମୋଟ ସଂକ୍ରମଣର ପ୍ରାୟ ୧୫%।
ରାଜ୍ୟରେ କରୋନା ସଂକ୍ରମଣର ତୃତୀୟ ଲହର ଦେଖିବାକୁ ମିଳି ନ ଥିଲେ ହେଁ ପ୍ରତିଦିନ ପିଲାମାନେ କରୋନା ଦ୍ୱାରା ସଂକ୍ରମିତ ହେଉଛନ୍ତି। ଢେଙ୍କାନାଳ ଓ ବରଗଡ଼ରେ ୨ଟି ସ୍କୁଲର ୩୪ ପିଲା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ସୂଚନା ପାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ଅନ୍ୟପକ୍ଷରେ ଡିଏମ୍‌ଇଟି ସି.ବି.କେ. ମହାନ୍ତି ପିଲାଙ୍କ ସଂକ୍ରମଣ ପାଇଁ ପରିବାରଙ୍କୁ ପରୋକ୍ଷରେ ଦାୟୀ କରିଛନ୍ତି। ପିଲାଙ୍କୁ ଥଣ୍ଡା, କାଶ, ଜ୍ୱର ହୋଇଥିଲେ ନ ଲୁଚାଇ ଜଣାଇବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଅଭିଭାବକ ଏସବୁ ତଥ୍ୟ ନ ଜଣାଇଲେ ପରିସ୍ଥିତି ଭୟାନକ ହେବ। ଏପରି କି ଆବଶ୍ୟକ ପଡ଼ିଲେ ସ୍କୁଲ ବନ୍ଦ ହୋଇପାରେ ବୋଲି ଡିଏମ୍‌ଇଟି କହିଛନ୍ତି।
ରାଜ୍ୟରେ ଶିଶୁଙ୍କ ସଂକ୍ରମଣ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି, ସ୍କୁଲରେ ସଂକ୍ରମଣ ବଢ଼ିବ ବୋଲି ପୂର୍ବରୁ ଆଶଙ୍କା କରାଯାଉଥିଲା। କେତେ ଶିଶୁଙ୍କ ପାଖରେ ଲକ୍ଷଣ ଅଛି, କେତେ ଗୁରୁତର ତାହା ଦେଖିବାକୁ ପଡ଼ିବ। ସର୍ଭିଲାନ୍ସକୁ କଡ଼ାକଡ଼ି କରିବା ଛଡ଼ା ଆଉ କିଛି ଅଲଗା ବାଟ ନାହିଁ। ଯଦି ଶିଶୁଙ୍କ ପାଖରେ କୋଭିଡ୍‌ ଲକ୍ଷଣ ରହୁଛି, ତା’ହେଲେ ସ୍କୁଲ ନ ଆସିବାକୁ ସେ ପରାମର୍ଶ ଦେଇଛନ୍ତି। ମିଳିଥିବା ତଥ୍ୟ ଅନୁଯାୟୀ, ଆଇସିୟୁରେ ୨% ଶିଶୁ ଚିକିତ୍ସାଧୀନ ଅଛନ୍ତି। ଭେଣ୍ଟିଲେଟରରେ କେହି ପିଲା ନାହାନ୍ତି। ଅଧିକାଂଶ ପିଲା ମାଇଲ୍ଡ ବା ସ୍ବଳ୍ପ ସଂକ୍ରମିତ ହୋଇଛନ୍ତି। ଦ୍ୱୈତନଗରୀରେ ଆର୍‌ ଭ୍ୟାଲୁ ୧ ପ୍ରତିଶତ ରହିଛି ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ଗତ ୨୪ଘଣ୍ଟାରେ ରାଜ୍ୟରେ ୫୭,୩୦୩ ନମୁନା ପରୀକ୍ଷା କରାଯାଇଥିବାବେଳେ ୨୮ ଜିଲାରୁ ୬୩୮ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ସଂକ୍ରମଣ ପୁଣି ୧% ବଢ଼ି ୧.୧୧%କୁ ଛୁଇଁଛି। ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରେ ୩୭୨ ଜଣ ଥିବାବେଳେ ୨୬୬ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୪୫ ଓ କଟକରୁ ୬୬ ଜଣ ଥିବାବେଳେ ବାକି ୨୬ ଜିଲାରୁ ସଂକ୍ରମିତଙ୍କ ସଂଖ୍ୟା ୫୦ ତଳେ ରହିଛି। ଫଳରେ ରାଜ୍ୟରେ ମୋଟ ସଂକ୍ରମଣ ସଂଖ୍ୟା ୧୦,୧୨,୮୦୫କୁ ବୃଦ୍ଧି ପାଇଛି। ସେହିପରି ରାଜ୍ୟରେ ଆଉ ୭ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଅନୁଗୋଳ, କଟକ, ଖୋର୍ଦ୍ଧାରୁ ୨ଜଣ ଲେଖାଏ ଓ ପୁରୀରୁ ଜଣେ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁସଂଖ୍ୟା ୮,୦୬୨କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri