Posted inଖେଳ

ସ୍କୁଲ୍ସ ଓପନ୍‌ ଚେସ୍‌: ପ୍ରତ୍ୟୁଷ ଚାମ୍ପିୟନ

ଭୁବନେଶ୍ୱର, ୨୦।୧୧(ତପନ ସ୍ବାଇଁ): ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ରାଜ୍ୟ ସ୍କୁଲ୍ସ ଓପନ ଚେସ୍‌ ଚାମ୍ପିୟନଶିପ୍‌ ରବିବାର ପଟିଆ ପ୍ରଶାନ୍ତି ବିହାରସ୍ଥିତ ଶୋଭନୀୟ ଶିକ୍ଷାଶ୍ରମ ପରିସରରେ ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ କଟକ ଷ୍ଟିଓ୍ବାର୍ଟ ସ୍କୁଲର ପ୍ରତ୍ୟୁଷ ନାୟକ ଏବଂ ଯାଜପୁର ଟାଉନ୍‌ ଦିଲ୍ଲୀ ପବ୍ଲିକ୍‌ ସ୍କୁଲର ସାଇ ରଞ୍ଜନ ମିଶ୍ର ୪.୫ ପଏଣ୍ଟ ଲେଖାଏ ପାଇ ଯଥାକ୍ରମେ ଚାମ୍ପିୟନ ଓ ରନରଅପ୍‌ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଆୟୂଷ ଆର୍ଯ୍ୟନ ମହାପାତ୍ର, ଆଦିତ୍ୟ ଜେନା, ନମସ୍ୟ ନଳିନୀ, ଶ୍ରୀମାନ ଦାଶ, ସ୍ବସ୍ତିକ ରଞ୍ଜନ ସ୍ବାଇଁ, ଶୁଭସ୍ମିତା ପ୍ରିୟଦର୍ଶିନୀ, ଦିବ୍ୟାଂଶ ନାୟକ ଓ ପ୍ରୟାଶ ସାହୁ ଯଥାକ୍ରମେ ୩ୟରୁ ୧୦ମ ସ୍ଥାନ ପାଇଛନ୍ତି। ଏହା ବ୍ୟତୀତ ୭, ୯, ୧୧ ଓ ୧୩ ବର୍ଷରୁ କମ୍‌ ବର୍ଗରେ ଶ୍ରେଷ୍ଠ ୨ ଜଣ ଲେଖାଏ ଏବଂ ବାଳିକା ବିଭାଗରେ ଶ୍ରୀଜଲ ସେନାପତିଙ୍କୁ ଏଜ୍‌ ଗ୍ରୁପ୍‌ ପୁରସ୍କାର ପ୍ରଦାନ କରାଯାଇଥିଲା। ୭ ଖେଳାଳି ସ୍ବତନ୍ତ୍ର ପୁରସ୍କାରରେ ସମ୍ମାନିତ ହୋଇଥିଲେ। ଡିସିବି ବ୍ୟାଙ୍କ୍‌ର ଓଡ଼ିଶା ଆଞ୍ଚଳିକ ମୁଖ୍ୟ ନଳିନୀକାନ୍ତ ନାୟକ ମୁଖ୍ୟ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ରାଜ୍ୟ ଆସୋସିଏଶନ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ, ଶୋଭନୀୟ ଶିକ୍ଷାଶ୍ରମ ନିର୍ଦ୍ଦେଶକ ଦୟାନିଧି ରାଉତ, ଟୁର୍ନାମେଣ୍ଟ ନିର୍ଦ୍ଦେଶକ ସୁରଜିତ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri