Posted inଖେଳ

ସ୍କୁଲ୍ସ ଓପନ ଚେସ୍‌: ଉଦୟକାନ୍ତ ଚାମ୍ପିୟନ

ଭୁବନେଶ୍ୱର, ୨୧।୯(ତପନ ସ୍ବାଇଁ): ଲିଙ୍ଗରାଜ କ୍ଲବ ଆନୁକୂଲ୍ୟରେ ଆୟୋଜିତ ସ୍କୁଲ୍ସ ଓପନ ଚେସ୍‌ରେ ଶାନ୍ତନୁ ଇଏମ୍‌ ସ୍କୁଲର ଉଦୟକାନ୍ତ ନାୟକ ଚାମ୍ପିୟନ ହୋଇଛନ୍ତି। ସେ ୪.୫ ପଏଣ୍ଟ ପାଇଛନ୍ତି। କେଦାରଗୌରୀ ସେଣ୍ଟ ଜାଭିୟର ସ୍କୁଲର ନମସ୍ୟ ନଳିନୀ ୪ ପଏଣ୍ଟ ସହିତ ରନରଅପ୍‌ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ରୁଦ୍ର ପ୍ରତାପ ମିଶ୍ର, ବୈଭବ ଘୋଷ, ସତ୍ୟମ ଓଝା (ସମସ୍ତେ ୪ ପଏଣ୍ଟ), ଆୟୁଷ୍ମାନ ବେହେରା, ସ୍ବସ୍ତିକ ବେହେରା, ସାତ୍ତ୍ୱିକ ପଟ୍ଟନାୟକ, ଶ୍ରୀନିକା ବଳବନ୍ତରାୟ ଓ ଅକ୍ଷିତ ଆଚାର୍ଯ୍ୟ (ସମସ୍ତେ ୩ ପଏଣ୍ଟ) ଟପ୍‌-୧୦ ଫିନିଶ୍‌ କରିଛନ୍ତି। ୭, ୯, ୧୧, ୧୩ ବର୍ଷରୁ କମ୍‌ ଏବଂ ବାଳିକା ବର୍ଗରେ ଶ୍ରେଷ୍ଠ ୨ ଜଣ ଲେଖାଏ ପ୍ରତିଯୋଗୀଙ୍କୁ ଏଜ୍‌ ଗ୍ରୁପ୍‌ ଏବଂ ଅନ୍ୟ ୪ ଜଣଙ୍କୁ ସ୍ବତନ୍ତ୍ର ପୁରସ୍କାର ପ୍ରଦାନ କରାଯାଇଥିଲା।

ସୁରେଶ ସ୍ବାଇଁ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ। ଉଦ୍‌ଯାପନୀ ଉତ୍ସବରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। କର୍ପୋରେଟର ଶିବ ପ୍ରସାଦ ବେହେରା, ଦାଶରଥି ଗରାବଡ଼ୁ, ଗଣେଶ ପାଲ୍‌, ସରୋଜ ମିଶ୍ର ଓ ଲିଙ୍ଗରାଜ କ୍ଲବର ସମ୍ପାଦକ ଅଜୟ କୁମାର ଦାଶ ଉପସ୍ଥିତ ଥିଲେ। ପ୍ରତିଯୋଗିତା ପରିଚାଳନା କରିଥିଲେ ଆର୍ବିଟର ଦେବାଶିଷ ପାଣିଗ୍ରାହୀ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri