Posted inଖେଳ

ସ୍କୁଲ୍ସ ଓପନ ଚେସ୍‌: ଭିନିତ ଚାମ୍ପିୟନ

ଭୁବନେଶ୍ୱର, ୧୧।୯ (ତପନ ସ୍ବାଇଁ): ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଓ ମଦର୍ସ ପବ୍ଲିକ୍‌ ସ୍କୁଲ, ଖଣ୍ଡଗିରି ଆନୁକୂଲ୍ୟରେ ସ୍କୁଲ୍ସ ଓପନ ଚେସ୍‌ ଚାମ୍ପିୟନଶିପ୍‌ ରବିବାର ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ବିଜେଇଏମ୍‌ ସ୍କୁଲ-୧ର ଭିନିତ ନାୟକ ପୂରା ୫ ପଏଣ୍ଟ ପାଇ ଚାମ୍ପିୟନ ହୋଇଛନ୍ତି। ଚରମ୍ପା, ଭଦ୍ରକ ସେଣ୍ଟ ଜାଭିୟର ହାଇସ୍କୁଲର ସାଇ ବିଦ୍ୟାଶ୍ରୀ ଓ ଭୁବନେଶ୍ୱର କେଭି-୧ର ଆଦର୍ଶ କୁମାର ବେରିହା ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଛନ୍ତି।

ଉଭୟ ଖେଳାଳି ୪.୫ ପଏଣ୍ଟ ଲେଖାଏ ପାଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସାଇ ରଞ୍ଜନ ମିଶ୍ର, ଆଦିତ୍ୟ ଜେନା, ନୈନିକା ସାହୁ, ଶ୍ରେୟାସ କୁମାର ବେହୁରିଆ, ଦୀପ୍ତ ରଞ୍ଜନ ସାହୁ, ସାଇ ଅଂଶୁମାନ ସିଂ ଓ ଚନ୍ଦ୍ରତ ପୁହାଣ ଟପ୍‌-୧୦ ଫିନିଶ୍‌ କରିଛନ୍ତି। ମୁଖ୍ୟ ପୁରସ୍କାର ବ୍ୟତୀତ ୭, ୯, ୧୧ ଓ ୧୩ ବର୍ଷରୁ କମ୍‌ ଏବଂ ବାଳିକା ବର୍ଗରେ ଶ୍ରେଷ୍ଠ ୨ ଜଣ ଲେଖାଏ ଖେଳାଳିଙ୍କୁ ଏଜ୍‌ ଗ୍ରୁପ୍‌ ଏବଂ ୯ ଚେସ୍‌ ପ୍ରତିଭାଙ୍କୁ ସ୍ବତନ୍ତ୍ର ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଉଦ୍‌ଯାପନୀ ଉତ୍ସବରେ ମଦର୍ସ ଗ୍ରୁପ୍‌ ଅଫ୍‌ ସ୍କୁଲ୍ସର ଅଧ୍ୟକ୍ଷ ପଲୀ ପଟ୍ଟନାୟକ, ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ, ଖଣ୍ଡଗିରି ମଦର୍ସ ପବ୍ଲିକ୍‌ ସ୍କୁଲର ପ୍ରିନ୍ସିପାଲ ସୁପ୍ରୀତ ରାଜପାଲ ଓ ସିନିୟର କ୍ରୀଡ଼ା ଶିକ୍ଷକ ଶିବାଜୀ ରାଉତ ଉପସ୍ଥିତ ରହି କୃତୀ ଖେଳାଳିଙ୍କୁ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଭାରତୀୟ ଜହାଜ ଉପରେ ଗୁଳିମାଡ଼ କଲା ଇରାନ! ସମୁଦ୍ର ମଝିରେ ମୁହାଁମୁହିଁ ହୋଇଗଲେ…

ନୂଆଦିଲ୍ଲୀ,୧୮।୪: ବିଶ୍ୱ ଶକ୍ତି ଯୋଗାଣ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଧମନୀ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ଇରାନୀ…

ଭାରତ ଆଡେ ମୁହାଁଉଥିବା ତେଲ ଟ୍ୟାଙ୍କର ହର୍ମୁଜରେ ନେଲା ୟୁ ଟର୍ନ, ହଠାତ୍‌ ମଝି ସମୁଦ୍ରରେ ଘେରିଗଲେ…

ନୂଆଦିଲ୍ଲୀ,୧୮।୪: ଇରାନର ଦାବି ସତ୍ତ୍ୱେ ଯେ ସେ ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଭାବରେ ଖୋଲି ଦେଇଛି, ପରିସ୍ଥିତି ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୱାଭାବିକ ହୋଇନାହିଁ। ବ୍ଲୁମବର୍ଗର ଏକ ରିପୋର୍ଟ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍‌ହା

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ…

ପାକିସ୍ତାନ ଆତଙ୍କୀ ଲିଙ୍କ: ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ, ଦେଶ ବିରୋଧରେ ବଡ଼ ଧରଣର ଷଡ଼ଯନ୍ତ୍ର

ଭୁବନେଶ୍ୱର,୧୮।୪: ଶେଖ୍‌ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ଦ୍ବାରା ଆତଙ୍କବାଦୀ ମଡ୍ୟୁଲ ପର୍ଦ୍ଦାଫାସ କରାଯାଇଛି। ଇମ୍ରାନଙ୍କ ସହ ଅନ୍ୟ ୩…

୨ ଯୁବତୀଙ୍କ ସହ ବାଇକ୍‌ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…

ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ…

ଏହା କେଉଁ ସଙ୍କେତ? ଏପ୍ରିଲରେ ପଡୁଛି ବରଫ, ପର୍ଯ୍ୟଟକ ଖୁସିରେ ବିଭୋର

ଜମ୍ମୁ,୧୮।୪: ଏପ୍ରିଲ ମାସରେ ଜମ୍ମୁ କଶ୍ମୀରରେ ପୁଣି ଥରେ ଶୀତ ଭଳି ପାଗ ଫେରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ କଶ୍ମୀରର ଉତ୍ତର, ଦକ୍ଷିଣ ଏବଂ…

ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ପରଲୋକ

କେନ୍ଦୁଝର,୧୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ପ୍ରତିଷ୍ଠିତ ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ତାଙ୍କ…

ଇରାନ-ଚାଇନା ହେଲେ ନିକଟତର, ବଢିଲାଣି ଆମେରିକାର ଟେନସନ!

ତେହରାନ,୧୮।୪: ଇରାନ ଏବଂ ଚାଇନା ମଧ୍ୟରେ ବଢୁଥିବା ଘନିଷ୍ଠତା ଆମେରିକାର ଚିନ୍ତାକୁ ବୃଦ୍ଧି କରିଛି। ରିପୋର୍ଟ ଅନୁଯାୟୀ, ଗତ ତିନି ଦଶନ୍ଧି ଧରି, ଇରାନ ଚାଇନାର ବୈଷୟିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri