ଖୋଲିବ ସ୍କୁଲ, ମିଳିବ ଇଣ୍ଟରନେଟ ସେବା, ବାଲେଶ୍ୱରରେ କର୍ଫ୍ୟୁ କୋହଳ

ବାଲେଶ୍ୱର,୨୩ ।୬(ମାନସ ବିଶ୍ୱାଳ): ବାଲେଶ୍ୱର ଗୋଷ୍ଠୀ ସଂଘର୍ଷ ମାମଲାରେ ସହରରେ କର୍ଫ୍ୟୁ ଜାରି ହୋଇଥିଲା । ଗତ ରବିବାର ଶିଳ୍ପାଞ୍ଚଳ ଥାନା ଅଞ୍ଚଳରୁ କର୍ଫ୍ୟୁ ଉଠାଇ ଦିଆଯାଇଥିବା ବେଳେ ସହଦେବଖୁଣ୍ଟା ଥାନା ଅଞ୍ଚଳରେ ସକାଳ ୫ ଟାରୁ ରାତି ୯ଟା ପର୍ଯ୍ୟନ୍ତ ଓ ଟାଉନ ଥାନା ଅଞ୍ଚଳରେ ପୂର୍ବ ପରି କର୍ଫ୍ୟୁ କୋହଳ ସମୟ ସକାଳ ୫ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବଳବତ୍ତର ରହିଥିଲା । ରବିବାର ସାରେ ସୋମବାର ଦିନ ଉକ୍ତ ସ୍ଥିତି ଉଭୟ ଥାନାରେ ବଳବତ୍ତର ରହିବ ବୋଲି ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲାପାଳ ଆଶୀଷ ଠାକରେ ଓ ଜିଲା ଆରକ୍ଷୀ ଅକ୍ଷୀକ୍ଷକ ସାଗରିକା ନାଥ ସୂଚନା ଦେଇଛନ୍ତି । ଏଥିସହିତ ସୋମବାର ଠାରୁ ସମସ୍ତ ସ୍କୁଲ, କଲେଜ, ଅଙ୍ଗନବା କେନ୍ଦ୍ର ଖୋଲିବାକୁ ଘୋଷଣା କରିଛି ଜିଲା ପ୍ରଶାସନ ।

ସହରରେ ପରିସ୍ଥିତି ଧୀରେ ଧୀରେ ସ୍ବାଭାବିକ ହେଉଛି । ଜିଲା ପ୍ରଶାସନ ପକ୍ଷରୁ ପରିସ୍ଥିତି ଉପରେ ନଜର ରଖାଯିବା ସହ ଜନସାଧାରଣସ୍‌ଙ୍କ ସହଯୋଗ କାମନା କରିଛନ୍ତି । ଦ୍ୱିତୀୟତଃ ଲ୍ୟାଣ୍ଡଲାଇନ ଜରିଆରେ ବ୍ରଡ ବ୍ୟାଣ୍ଡ ଓ ୱାଇଫାଇ ଇଣ୍ଟରନେଟ ସେବା ଆରମ୍ଭ କରାଯାଇଛି । ଆସନ୍ତା ସୋମବାର ଠାରୁ ଇଣ୍ଟରନେଟରେ ସମସ୍ତ ସେବା ଯୋଗାଇ ଦେବା ପାଇଁ ଗୃହ ବିଭାଗକୁ ଚିଠି ଲେଖିଥିବାର ଜିଲାପାଳ ଶ୍ରୀ ଠାକରେ ସୂଚନା ଦେଇଛନ୍ତି ।
ଆରକ୍ଷୀ ଅଧିକ୍ଷକ ସାଗରିକା ନାଥ ଗୋଷ୍ଠୀ ସଂଘର୍ଷ ମାମଲାରେ ସମୁଦାୟ ୨୧ଟି ମାମଲା ରୁଜୁ କରାଯାଇ ୮୯ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ପୋଲିସ ପକ୍ଷରୁ ସମ୍ବେଦନଶୀଳ ଅଞ୍ଚଳରେ ଡ୍ରୋନ ସର୍ଭେ ଜରିଆରେ ଲୋକଙ୍କ ଗତିବିଧି ଉପରେ ନଜର ରଖାଯାଉଛି । ସାମାଜିକ ଗଣମାଧ୍ୟମରେ ଆସୁଥିବା ଗୁଜବ ଉପରେ ନଜର ରଖାଯାଇ ସାଇବର ପାଟ୍ରୋଲିଂ ଆରମ୍ଭ ହୋଇଛି । ରାଜ୍ୟର ଅଭିଜ୍ଞ ଅଧିକାରୀ ଓ ଜିଲା ସାଇବର ସେଲର ଅଧିକାରୀଙ୍କୁ ଏହି ପାଟ୍ରୋଲିଂରେ ସାମିଲ କରାଯାଇଛି । କୌଣସି ପ୍ରକାର ଗୁଜବକୁ ବିଶ୍ୱାସ କରନ୍ତୁ ନାହିଁ ବୋଲି କହିଛନ୍ତି । ଗୁଜବ ସୃଷ୍ଟି କରୁଥିବା ଜଣେ ବ୍ୟକ୍ତିଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବାର ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?