ଖୋଲିବ ସ୍କୁଲ; ୨ ଦିନ ପାଠ ପଢ଼ା ଯିବନି

ଭୁବନେଶ୍ୱର,୧୮।୧୦ (ବ୍ୟୁରୋ): ଆସନ୍ତା ୨୧ରୁ ଏକାଦଶ ଓ ୨୫ ତାରିଖରୁ ଅଷ୍ଟମ ଶ୍ରେଣୀ ଖୋଲିବ। ଏ ନେଇ ସ୍କୁଲ ଓ ଗଣ ଶିକ୍ଷା ବିଭାଗ ମାର୍ଗଦର୍ଶିକା ଜାରି କରିଛି। ଅଷ୍ଟମ ଶ୍ରେଣୀ ପାଇଁ ୧୭ରୁ ୨୪ ତାରିଖ ମଧ୍ୟରେ ଶିକ୍ଷକ ଓ ପରିଚାଳନା କମିଟି ବୈଠକ ବସିବ। ଏଥିରେ ବିଦ୍ୟାଳୟ ପରିସରକୁ ପରିଷ୍କାର ପରିଚ୍ଛନ୍ନ ରଖାଯିବା ଉପରେ ଗୁରୁତ୍ୱ ଦିଆଯିବ। ସ୍କୁଲ ଖୋଲାଯିବାର ପୂର୍ବ ଦିନ ଜିଲା ଶିକ୍ଷାଧିକାରୀଙ୍କୁ ଜଣାଇବେ ପ୍ରଧାନଶିକ୍ଷକ। ପ୍ରଥମ ଦୁଇଦିନ ପାଠ ପଢ଼ା ଯିବନି। କେବଳ ପିଲାମାନଙ୍କ ସହ ଆଲୋଚନା ହେବ। ପାଠପଢ଼ା ନେଇ ଶିକ୍ଷକ ଓ ପରିଚାଳନା କମିଟି ଆଲୋଚନା କରିବେ । ୨୭, ୨୮ ଓ ୨୯ ତାରିଖରେ ସ୍ବତନ୍ତ୍ର ପରୀକ୍ଷା ଜରିଆରେ ଶିକ୍ଷଣ ସ୍ତର ଆକଳନ ହେବ। ଆକଳନ ସରିବା ପରେ ଛାତ୍ରୀଛାତ୍ରଙ୍କ ପାଇଁ ପ୍ରତିକାତ୍ମକ ଶିକ୍ଷାଦାନ କରାଯିବ। ସ୍କୁଲରେ ଭୟମୁକ୍ତ ବାତାବରଣ ସୃଷ୍ଟି ପାଇଁ ଶିକ୍ଷକମାନେ ପ୍ରଚେଷ୍ଟା କରିବେ। ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ବଦଳରେ ଶୁଖିଲା ଖାଦ୍ୟ ଯୋଗାଇ ଦିଆଯିବ ବୋଲି ମାର୍ଗ ଦର୍ଶିତାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri