୨୧ରୁ ଖୋଲିବ ସ୍କୁଲ: ଜାରି ହେଲା ମାର୍ଗଦର୍ଶିକା

ନୂଆଦିଲ୍ଲୀ, ୯।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ବନ୍ଦ ଥିବା ସ୍କୁଲ ସେପ୍ଟେମ୍ବର ୨୧ରୁ ଖୋଲିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନୁମତି ଦିଆଯାଇଛି। ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବ। ଏନେଇ ସ୍ବତନ୍ତ୍ର ମାର୍ଗଦର୍ଶିକା ମଧ୍ୟ ଜାରି କରାଯାଇଛି। ସ୍କୁଲ ଆସିବାକୁ ଚାହୁଁଥିବା ଶିକ୍ଷାର୍ଥୀଙ୍କୁ ଅଭିଭାବକଙ୍କ ଅନୁମତି ପତ୍ର ଆଣିବାକୁ ପଡ଼ିବ। ସ୍କୁଲ କକ୍ଷରେ ପ୍ରତି ଶିକ୍ଷାର୍ଥୀଙ୍କ ମଧ୍ୟରେ ୬ ମିଟର ଦୂରତା ବଜାୟ ରଖିବାକୁ ମାର୍ଗଦର୍ଶିକାରେ ଉଲ୍ଲେଖ ରହିଛି। ଏହା ସହିତ ମାସ୍କ, ଫେସ୍‌ କଭର ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ସ୍କୁଲରେ ବାୟୋମେଟ୍ରିକ୍‌ ଆଟେଣ୍ଡାନ୍ସ୍‌ର ବ୍ୟବହାର କରାଯିବ ନାହିଁ ବୋଲି କୁହାଯାଇଛି। ଯେଉଁ ସ୍କୁଲ ଗୁଡ଼ିକରେ କ୍ୱାରାଣ୍ଟାଇନ୍‌ ସେଣ୍ଟର କରାଯାଇଥିଲା। ସେସବୁ ସ୍କୁଲକୁ ସମ୍ପୂର୍ଣ୍ଣ ସଂକ୍ରମଣ ମୁକ୍ତ କରାଯିବା ପରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ। ସ୍କୁଲ ଗେଟ୍‌ ପାଖରେ ଥର୍ମାଲ ସ୍କ୍ରିନିଂ ଏବଂ ସାନିଟାଇଜରର ବ୍ୟବସ୍ଥା କରାଯିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ସ୍କୁଲରେ ୫୦ ପ୍ରତିଶତ କର୍ମଚାରୀ କାର୍ଯ୍ୟ କରିବା ଲାଗି ଅନୁମତି ଦିଆଯାଇଛି। ଅସୁସ୍ଥ ଥିବା କର୍ମଚାରୀ ଏବଂ ଗର୍ଭବତୀ କର୍ମଚାରୀଙ୍କୁ ସ୍କୁଲକୁ ଆସିବାକୁ ବାରଣ କରାଯାଇଛି। ଶିକ୍ଷକ ଏବଂ ଶିକ୍ଷାର୍ଥୀଙ୍କ ମଧ୍ୟରେ ପେନ୍‌, ପେନସିଲ୍‌, ରବର, ନୋଟ୍‌ବୁକ୍‌ ଆଦିର ଶେୟାରିଂ କରାଯିବ ନାହିଁ ବୋଲି ମାର୍ଗଦର୍ଶିକାରେ ଦର୍ଶାଯାଇଛି। ସ୍କୁଲରେ ପ୍ରାର୍ଥନା ଏବଂ ଖେଳକୁଦ ହେବ ନାହିଁ। ସମସ୍ତ ଏୟାର କଣ୍ଡସନରକୁ ୨୪ରୁ ୩୦ ଡିଗ୍ରୀ ତାପମାତ୍ରାରେ ରଖାଯିବ। ବାୟୁଚଳାଚଳର ବ୍ୟବସ୍ଥା ଥିବା କକ୍ଷରେ ପାଠପଢ଼ା କରାଯିବ। ଆରୋଗ୍ୟ ସେତୁ ଆପ୍‌ ଦ୍ୱାରା ସୂଚନା ପାଇଁ କମ୍‌ ସେ କମ୍‌ ଗୋଟିଏ ସ୍ମାର୍ଟଫୋନ୍‌ ରହିବା ଆବଶ୍ୟକ। ସେହିପରି କଣ୍ଟେନମେଣ୍ଟ ଜୋନ୍‌ ବାହାରେ ଥିବା ସ୍କୁଲ ଗୁଡ଼ିକ ଖୋଲିପାରିବ। ତେବେ କଣ୍ଟେନମେଣ୍ଟ ଜୋନ୍‌ ମଧ୍ୟରେ ଥିବା ସ୍କୁଲ ପୂର୍ବପରି ବନ୍ଦ ରହିବ। ପ୍ରତି ସ୍କୁଲରେ ଆଇସୋଲେଶନ ରୁମ୍‌ ରହିବା ବାଧ୍ୟତାମୂଳକ। ଆବଶ୍ୟକସ୍ଥଳେ ଅସୁସ୍ଥ କର୍ମଚାରୀ ଅବା ଶିକ୍ଷାର୍ଥୀଙ୍କୁ ଏଠାରେ ରଖାଯାଇ ପାରିବ ବୋଲି ମାର୍ଗଦର୍ଶିକାରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri