୧୮ରେ ଖୋଲିବ ସ୍କୁଲ; ଖରା ବଢ଼ିଲେ ପୁନର୍ବିଚାର…

ଭୁବନେଶ୍ୱର,୧୫।୬: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନ ଖୋଲିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ମସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି ଯେ, ଆସନ୍ତା ୧୮ ତାରିଖରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ପୂର୍ବ ନିଷ୍ପତ୍ତି ଅନୁଯାୟୀ ଖୋଲିବ। ବର୍ତ୍ତମାନ ସୁଦ୍ଧା ସ୍କୁଲ ଖୋଲିବା ତାରିଖରେ କୌଣସି ପରିବର୍ତ୍ତନ ସମ୍ପର୍କରେ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ହୋଇନାହିଁ।

ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ପାଣିପାଗ ପରିସ୍ଥିତି ଉପରେ ସରକାରଙ୍କ ନଜର ରହିଛି। ଯଦି ୧୮ ତାରିଖ ପର୍ଯ୍ୟନ୍ତ ତାପମାତ୍ରା ଅସ୍ୱାଭାବିକ ଭାବେ ବୃଦ୍ଧି ପାଏ ଓ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ପ୍ରତି ବିପଦ ସୃଷ୍ଟି ହୁଏ, ତେବେ ସରକାର ପରିସ୍ଥିତିର ସମୀକ୍ଷା କରି ଆବଶ୍ୟକ ପଦକ୍ଷେପ ନେଇପାରନ୍ତି। କିନ୍ତୁ ଏପର୍ଯ୍ୟନ୍ତ ସ୍କୁଲ ଖୋଲିବା ନିଷ୍ପତ୍ତିରେ କୌଣସି ପରିବର୍ତ୍ତନ ହୋଇନାହିଁ।

ଗ୍ରୀଷ୍ମ ପ୍ରବାହ କାରଣରୁ ରାଜ୍ୟରେ ଛୁଟି ବୃଦ୍ଧି କରାଯାଇଥିବାବେଳେ, ଅଭିଭାବକ ଓ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସ୍କୁଲ ଖୋଲିବା ନେଇ ଆଗ୍ରହ ଓ ଉତ୍ସୁକତା ଦେଖାଯାଉଛି। ଏହି ପରିପ୍ରେକ୍ଷୀରେ ମନ୍ତ୍ରୀଙ୍କ ଏହି ସ୍ପଷ୍ଟୀକରଣ ଚର୍ଚ୍ଚାର ଅବସାନ ଘଟାଇଛି।

ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ଆସନ୍ତା ୧୮ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲରେ ପାଠପଢ଼ା ସ୍ୱାଭାବିକ ଭାବେ ଆରମ୍ଭ ହେବ। ତେବେ ପାଣିପାଗ ପରିସ୍ଥିତିରେ ହଠାତ୍ ପରିବର୍ତ୍ତନ ଆସିଲେ ସରକାର ପରବର୍ତ୍ତୀ ନିଷ୍ପତ୍ତି ନେବେ ବୋଲି ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?