ସ୍କୁଟି ଉପରେ ଚଢ଼ିଗଲା କ୍ରେନ୍‌: ଚାଲିଗଲା ୨ ଜୀବନ

ବାଲେଶ୍ୱର ଅଫିସ, ୨୩।୧୨-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ରାମେଶ୍ୱର ମନ୍ଦିର ଛକରେ ବୁଧବାର ଅପରାହ୍ନ ୪ଟା ବେଳେ ଏକ ଅଚଳ ଟ୍ରକ୍‌କୁ କ୍ରେନ୍‌ ଦ୍ୱାରା ଗ୍ୟାରେଜ୍‌କୁ ନିଆଯାଉଥିବା ବେଳେ କେନ୍‌ ଡ୍ରାଇଭର ଭାରସାମ୍ୟ ହରାଇ ଗୋଟିଏ ସ୍କୁଟି ଉପରେ ଚଢ଼ିିଯିବାରୁ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚତ୍ ମୃତଦେହ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଖବର ଲେଖାଯିବା ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରନାହଁି।
ସିମେଣ୍ଟ ଗୋଦାମରେ ଖରାପ ହୋଇପଡ଼ିଥିବା ଟ୍ରକ (ଓଆର୍‌୦୧ଏ-୫୧୬୭)କୁ ନେଇ କ୍ରେନ୍‌ (ନଂ. ଓଆର୦୧ଇ-୭୫୮୩) ରେମୁଣାସ୍ଥିତ ଗ୍ୟାରେଜ୍‌କୁ ଯାଉଥିଲା। ରାମେଶ୍ୱର ମନ୍ଦିର ନିକଟରେ କ୍ରେନ୍‌ ଡ୍ରାଇଭର ଭାରସାମ୍ୟ ହରାଇ ପ୍ରଥମେ ଏକ ଅଟୋ (ନଂ. ଓଡ଼ି୦୧ଟି-୮୪୭୨)କୁ ବାଡ଼େଇଥିଲେ। ଅଟୋ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଥିଲେ। କ୍ରେନ୍‌ଟି ଭାରସାମ୍ୟ ହରାଇ ଡାହାଣ ପାର୍ଶ୍ୱକୁ ହଠାତ୍‌ ମାଡ଼ିଯିବାରୁ ରେମୁଣା ଗୋଲେଇ ପଟୁ ବାଲେଶ୍ୱର ସହର ଅଭିମୁଖେ ଆସୁଥିବା ସ୍କୁଟି (ନଂ. ଓଆର୍‌୦୧ଏଲ୍‌-୦୫୦୯) ଉପରେ ଚଢ଼ିଯାଇଥିଲା। ଫଳରେ ସ୍କୁଟିରେ ଥିବା ଜଣେ ପୁରୁଷ ଓ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri