୧୫ସୁଦ୍ଧା ବାହାରିପାରେ ବାଣିଜ୍ୟ, ବିଜ୍ଞାନ ଫଳ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ବର୍ତ୍ତମାନ ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ଖାତା ମୂଲ୍ୟାୟନ ବ୍ୟବସ୍ଥାକୁ ନେଇ ଚିନ୍ତାରେ ପଡିଯାଇଛି। ସିବିଏସ୍‌ଇ ପକ୍ଷରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ଫଳ ପ୍ରକାଶ ପାଇସାରିଛି। ବର୍ତ୍ତମାନ ଗଣଶିକ୍ଷା ବିଭାଗ ଏନେଇ ଚିନ୍ତା କରୁଛି। ତଥାପି ଅଗଷ୍ଟ ୧୫ ସୁଦ୍ଧା ଯୁକ୍ତ୨ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ କରାଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜାନ ଦାଶ ସୂଚନା ଦେଇଛନ୍ତି।
କରୋନା ଯୋଗୁ ଛାତ୍ରୀଛାତ୍ରଙ୍କ ଖାତା ମୂଲ୍ୟାୟନରେ ବାଧା ସୃଷ୍ଟି ହୋଇଛି। ତଥାପି ମଝିରେ ଖାତା ଦେବା ନେଇ ଆବଶ୍ୟକ ଥିବା ଅନୁମତି ଗୁରୁବାର ମିଳିଯାଇଛି। ଏଥର ଖାତା ଦେଖା କାର୍ଯ୍ୟକ୍ରମ ସ୍ବଭାବିକ ହେବ। ନିକଟରେ ରାଜ୍ୟ ସରକାର କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୪ ଜିଲା ଖୋର୍ଦ୍ଧା, କଟକ, ଯାଜପୁର ଏବଂ ଗଞ୍ଜାମ ସହିତ ରାଉରକେଲା ମହାନଗର ନିଗମକୁ ଶଟ୍‌ଡାଉନ ଘୋଷଣା କରିଥିଲେ। ଫଳରେ ଏହିସବୁ ଅଞ୍ଚଳଗୁଡିକରେ ଖାତା ଦେଖା ବନ୍ଦ ରହିଥିଲା। ଉକ୍ତ ଜିଲାଗୁଡିକରେ ଖାତା ଦେଖା ନେଇ ଅନୁମତି ଲୋଡାଯାଇଥିଲା। ଏହି ସମସ୍ତ ଅଞ୍ଚଳରେ ମୋଟ ୩୫ ମୂଲ୍ୟାୟନ କେନ୍ଦ୍ର ରହିଥିବା ବେଳେ ଏସବୁଠାରେ ଖାତା ଦେଖା ଚାଲିବ। ବିଭାଗ ପକ୍ଷରୁ ଉଚ୍ଚଶିକ୍ଷା ମାଧ୍ୟମିକ ପରିଷଦକୁ ଏନେଇ ଅବଗତ କରାଯାଇଥିବା ମନ୍ତ୍ରୀ ଦାଶ କହିଛନ୍ତି। ଫଳରେ ମୂଲ୍ୟାୟନରେ ଯେପରି ବିଳମ୍ବ ନ ହେବ ସେଥିଲାଗି ସରକାର ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ ଗାଇଡଲାଇନ ପାଳନ କରି ମୂଲ୍ୟାୟନ ଚାଲିବ। ମନ୍ତ୍ରୀ ଦାଶ ଆହୁରି କହିଛନ୍ତି, ବ୍ରହ୍ମପୁର ଏବଂ ରାଉରକେଲାରେ ଖାତା ଦେଖା ନେଇ ସମସ୍ୟା ରହିଥିଲା। ଯାହା ଏବେ ଆଉ ରହିବ ନାହିଁ। ପ୍ରଥମ ପର୍ଯ୍ୟାୟରେ ବିଜ୍ଞାନ ଏବଂ ବାଣିଜ୍ୟ ବିଭାଗ ପିଲାମାନଙ୍କ ଖାତା ଦେଖା ସରିଯିବ। ଏହାପରେ କଳା ବିଭାଗ ଛାତ୍ରୀଛାତ୍ରଙ୍କ ଫଳ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri