ବଲାଙ୍ଗୀରରେ ବିଜ୍ଞାନ କେନ୍ଦ୍ର, ପ୍ଲାନେଟାରିୟମ

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ ପ୍ରତିଷ୍ଠା ହେବ। ଆସନ୍ତା ୩୦ ମାସ ମଧ୍ୟରେ ଏହାର ନିର୍ମାଣ କାର୍ଯ୍ୟ ଶେଷ ହେବ। ଗୁରୁବାର ବଲାଙ୍ଗୀରରେ ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଜ୍ଞାନ ଓ କାରିଗରି, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏହି ଘୋଷଣା କରିଛନ୍ତି।
ବଲାଙ୍ଗୀର ପୌରାଞ୍ଚଳ ଅନ୍ତର୍ଗତ ତାଲପାଲି ମୌଜାର ସୂର୍ଯ୍ୟନଗରଠାରେ ଏହି ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ କାର୍ଯ୍ୟ କରିବ। ପ୍ରାୟ ୧୦ ଏକରରୁ ଊର୍ଦ୍ଧ୍ୱ ପରିମିତ ଅଞ୍ଚଳରେ ନିର୍ମିତ ହେବାକୁ ଥିବା ଏହି ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ ନିମନ୍ତେ ୨୧.୫ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ରାଜ୍ୟ ସରକାରଙ୍କ ବିଜ୍ଞାନ ଓ କାରିଗରି ବିଭାଗ ପକ୍ଷରୁ ହେବାକୁ ଥିବା ଏହି କେନ୍ଦ୍ର ପରିସରସ୍ଥ ଏକ ପାର୍କରେ ବିଜ୍ଞାନ ସଞ୍ଚଳିତ ବିଭିନ୍ନ ନମୁନା ଓ ପ୍ରଦର୍ଶନ ସାମଗ୍ରୀ ରହିବ ବୋଲି ମନ୍ତ୍ରୀ କହିଛନ୍ତି। ପିଲାମାନଙ୍କ ନିମନ୍ତେ ବିଜ୍ଞାନ କୌତୁକ ପ୍ରସଙ୍ଗ ସମେତ ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଗଣିତ ଓ ପ୍ରାଣୀ ବିଜ୍ଞାନ ବିଷୟ ସମ୍ପର୍କିତ ମତ ବିନିମୟ ନିମନ୍ତେ ବ୍ୟବସ୍ଥା କରାଯିବ। ଅନୁରୂପ ଭାବରେ ପ୍ଲାନେଟାରିୟମରେ ଛାତ୍ରୀଛାତ୍ର ତଥା ଜନସାଧାରଣଙ୍କ ସକାଶେ ମହାକାଶ ଅଭିଯାନ, ବିଶ୍ୱବ୍ରହ୍ମାଣ୍ଡ ଏବଂ ବିବର୍ତ୍ତନ ଇତ୍ୟାଦି ନେଇ ବିଭିନ୍ନ ପ୍ରଦର୍ଶନ ବ୍ୟବସ୍ଥା ରହିବ ବୋଲି ମନ୍ତ୍ରୀ କହିଛନ୍ତି। ବିଜ୍ଞାନ ଓ କାରିଗରି ବିଭାଗର ବରିଷ୍ଠ ବୈଜ୍ଞାନିକ ଲକ୍ଷ୍ମୀନାରାୟଣ ପାଢ଼ୀ ମଧ୍ୟ ଉପସ୍ଥିତ ଥିଲେ।
ପୂର୍ବରୁ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ପଣ୍ଡା ୮ ଜଣ ଭିନ୍ନକ୍ଷମ ଦମ୍ପତିଙ୍କୁ ଅଢ଼େଇ ଲକ୍ଷ ଟଙ୍କା ଲେଖାଏ ବିବାହ ପ୍ରୋତ୍ସାହନ ସହାୟତା ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରାଣା, ଜିଲା ସାମାଜିକ ସୁରକ୍ଷା ଅଧିତ୍କାରୀ ନବକୃଷ୍ଣ ସାହୁ, ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ରଶ୍ମିରଞ୍ଜନ ସାହୁଙ୍କ ସମେତ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri