ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ବିଜ୍ଞାନ ଶିକ୍ଷକ ଉମାକାନ୍ତ ମିଶ୍ର ଯୋଗ ଦେଇ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ସମ୍ପାଦକ ଜ୍ୟୋତି ରଞ୍ଜନ ବିଷୋୟୀ, ଉପସଭାପତି ଆଦିତ୍ୟ ପ୍ରଧାନ, ଯୁଗ୍ମ ସମ୍ପାଦକ ଗଙ୍ଗାଧର ଦାସ ପ୍ରମୁଖ ଯୋଗ ଦେଇଥିଲେ। ବିଚାରକ ଭାବରେ ବାଲ୍ମିକୀ ସେଠୀ, ବଳରାମ ଦାସ, ବିଭୁ ପ୍ରସନ୍ନ ମେହେର ,ସୁବାସ ଚନ୍ଦ୍ର ମଲ୍ଲିକ, ରାଧାକୃଷ୍ଣ ନାୟକ, ଝରଣା ରାଣୀ ପଣ୍ଡା, ଅମୂଲ୍ୟ ମିଶ୍ର, ଗୋପାଳକୃଷ୍ଣ ମିଶ୍ର, ପବିତ୍ର ତ୍ରିପାଠୀ, ଉତ୍ତମ କୁମାର ମହାରଣା ଯୋଗଦେଇଥିଲେ। ପ୍ରାଥମିକ ବର୍ଗ, ଶିଶୁ ବର୍ଗ, ବାଲ୍‌ ବର୍ଗ, କିଶୋର ବର୍ଗରୁ ମୋଟ୍‌ ୨୧୦ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଏହି ବିଜ୍ଞାନ ମେଳାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରକଳ୍ପଗୁଡିକ ବେଲଗୁଣ୍ଠାଠାରେ ଅନୁଷ୍ଠିତ ହେବାକୁ ଥିବା ଆଗାମୀ ସଙ୍କୁଳସ୍ତରୀୟ ବିଜ୍ଞାନ ମେଳା ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ। ବିଜ୍ଞାନ ପ୍ରମୁଖ ଚିତ୍ତରଞ୍ଜନ ମିଶ୍ର ବିବରଣୀ ପଠନ କରିଥିଲେ। ପ୍ରଧାନ ଆଚାର୍ଯ୍ୟ ପୂର୍ଣ୍ଣଚନ୍ଦ୍ର ପଣ୍ଡା କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ବିଦ୍ୟାଳୟର ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri