ବିଜ୍ଞାନ ଏକ ବିଷୟ ନୁହେଁ,ଏହା ଏକ ଦୃଷ୍ଟିଭଙ୍ଗୀ

କୋରାପୁଟ,୪।୩(ସ୍ବ.ପ୍ର.): ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୈଜ୍ଞାନିକ ଦୃଷ୍ଟିଭଙ୍ଗୀ ସୃଷ୍ଟି କରିବା ପାଇଁ ଉଦ୍ୟମ ଚାଲିଛି ବୋଲି କୋରାପୁଟ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀକାନ୍ତ ଜାନି ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଆୟୋଜିତ ଜାତୀୟ ବିଜ୍ଞାନ ଦିବସରେ ଅତିଥିଭାବେ ଯୋଗଦେଇ ପ୍ରକାଶ କରିଛନ୍ତି। ଜିଲାର ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ଆଗ୍ରହ ସୃଷ୍ଟି କରିବା ଓ ବୈଜ୍ଞାନିକ ଚେତନାକୁ ପ୍ରୋତ୍ସାହିତ କରିବା ପାଇଁ ସଭା ସମିତି, ପ୍ରଦର୍ଶନୀ ଓ କର୍ମଶାଳା ଇତିମଧ୍ୟରେ ଆୟୋଜିତ ହୋଇଯାଇଛି ା ବିଜ୍ଞାନ କେବଳ ଏକ ବିଷୟ ନୁହେଁ ଏହା ଏକ ଦୃଷ୍ଟଭଙ୍ଗୀ। ଅନ୍ୟ ସମସ୍ତ ବିଷୟକୁ ପଢ଼ି ଠିକ୍‌ ଭାବେ ବୁଝିବାର ମାଧ୍ୟମ ବିଜ୍ଞାନ ବୋଲି ଜାନି ପ୍ରକାଶ କରିଥିଲେ। ବର୍ତ୍ତମାନ ରାଜ୍ୟ ସରକାରଙ୍କ ୫-ଟି ଯୋଜନା ଅନ୍ତର୍ଗତ ବିଦ୍ୟାଳୟଗୁଡ଼ିକରେ ଉପଯୁକ୍ତ ବିଜ୍ଞାନାଗାର ପ୍ରତିଷ୍ଠାକରି ବିଭିନ୍ନ ଶିକ୍ଷଣୀୟ ଉପକରଣ ଯୋଗାଇ ଦେଉଛନ୍ତି। ମଣିଷ କଙ୍କାଳର ନମୁନାଠାରୁ ଆରମ୍ଭକରି ପର୍ଯ୍ୟାୟ ସାରଣୀର ବିଶାଳ ପ୍ରଦର୍ଶନୀ ପର୍ଯ୍ୟନ୍ତ ବିଭିନ୍ନ ବିଜ୍ଞାନ ଶିକ୍ଷା ଉପଯୋଗୀ ଉପକରଣ ଛାତ୍ରୀଛାତ୍ରମାନେ ପାଇ ବାସ୍ତବ ଶିକ୍ଷାର ଅନୁଭୂତି ପାଇପାରୁଥିବା ଅନ୍ୟତମ ଅତିଥି ମହାଦେଈପୁଟ ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଜୟ ରଥ କହିଥିଲେ। ବିଦ୍ୟାଳୟ ମଧ୍ୟରେ ବିଭିନ୍ନ ବୈଜ୍ଞାନିକ ଉପକରଣକୁ ନେଇ ଶିକ୍ଷକମାନଙ୍କ ସହଯୋଗରେ ଅଭ୍ୟାସ କରୁଥିବାରୁ ଜିଲା ଓ ରାଜ୍ୟସ୍ତରରେ ଆୟୋଜିତ ହେଉଥିବା ବିଭିନ୍ନ ପ୍ରଦର୍ଶନୀରେ ଭାଗନେଇ ଆମେ ସଫଳତା ପାଇପାରୁଛୁ ବୋଲି କେତେଜଣ ଛାତ୍ରୀଛାତ୍ର ନିଜ ଅନୁଭୂତି ପ୍ରକାଶ ଅବସରରେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri