Posted inଫୁରସତ

ବିଜ୍ଞାନ ହିଁ ବିକାଶର ପାହାଚ

ବିଜ୍ଞାନ ଦ୍ୱାରା ଯେ କୌଣସି ଦେଶ ଅବା ସମଗ୍ର ପୃଥିବୀର ବିକାଶ ସମ୍ଭବ ହୋଇ ପାରିଥାଏ। ବିଜ୍ଞାନକୁ ବିକାଶର ପାହାଚ କହିଲେ ଅତ୍ୟୁକ୍ତି ହେବ ନାହିଁ। ବିଜ୍ଞାନ ଦ୍ୱାରା କୃଷି କ୍ଷେତ୍ରଠାରୁ ଆରମ୍ଭ କରି ପ୍ରତିରକ୍ଷା, ସ୍ବାସ୍ଥ୍ୟ ସେବା, ମହାକାଶ ବିକାଶ, ଭୂଗର୍ଭରୁ ଉତ୍ତୋଳନ, ନିର୍ମାଣ, ଭିତ୍ତିଭୂମି, ପରିବହନ, ଯୋଗାଯୋଗ, ସୂଚନା ପ୍ରଯୁକ୍ତି ତଥା ଦୈନଦିନ ଜୀବନର ବହୁ କାର୍ଯ୍ୟ ଜଡ଼ିତ ହୋଇ ରହିଥାଏ।
ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଭାରତରେ ଜାତୀୟ ବିଜ୍ଞାନ ଦିବସ ପାଳନ କରାଯାଇଥାଏ। ୧୯୨୮ ଫେବୃୟାରୀ ୨୮ରେ ଭାରତୀୟ ପଦାର୍ଥ ବିଜ୍ଞାନୀ ସାର୍‌ ସି.ଭି. ରମଣଙ୍କ ଦ୍ୱାରା ଆବିଷ୍କୃତ ରମଣ ଇଫେକ୍ଟକୁ ସ୍ମରଣ କରିବା ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଇଥାଏ। ୧୯୩୦ରେ ଏହି ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ସି.ଭି. ରମଣଙ୍କୁ ୧୯୩୦ରେ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ୧୯୮୬ରେ ନ୍ୟାଶନାଲ କାଉନସିଲ୍‌ ଫର୍‌ ସାଇନ୍ସ ଆଣ୍ଡ୍‌ ଟେକ୍ନୋଲୋଜି କମ୍ୟୁନିକେଶନ ପକ୍ଷରୁ ଏହି ଦିବସ ପାଳନ ପାଇଁ ଘୋଷଣା କରାଯାଇଥିଲା। ଏହାପରେ ୧୯୮୭ଠାରୁ ଏହି ଦିବସ ପାଳିତ ହୋଇ ଆସୁଛି। ଏହି ଦିବସ ପାଳନ ଅବସରରେ ସର୍ବସାଧାରଣ ଭାଷଣ, ରେଡିଓ, ଟିଭି, ବିଜ୍ଞାନ, ଚଳଚ୍ଚିତ୍ର, ଥିମ୍‌ ଏବଂ ନୂତନ ଚିନ୍ତାଧାରା ଉପରେ ଆଧାରିତ ବିଜ୍ଞାନ ପ୍ରଦର୍ଶନୀ, ତର୍କ, କୁଇଜ୍‌ ପ୍ରତିଯୋଗିତା, ବକ୍ତୃତା, ବିଜ୍ଞାନ ମଡେଲ ପ୍ରଦର୍ଶନୀ ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମମାନ ଦେଶବ୍ୟାପୀ ଅନୁଷ୍ଠିତ ହୋଇଥାଏ। ମାନବ କଲ୍ୟାଣ ପାଇଁ ବିଜ୍ଞାନର ଉପଯୋଗ ଉପରେ ଏହି ଅବସରରେ ସଚେତନତା ସୃଷ୍ଟି କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri