ବିଜ୍ଞାନ, ଗଣିତ ପ୍ରଶିକ୍ଷଣ ବିଦ୍ୟାଳୟ ରୂପାନ୍ତରଣରେ ସହାୟକ ହେବ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟ ବିଦ୍ୟାଳୟଗୁଡ଼ିକର ରୂପାନ୍ତରଣରେ ବିଜ୍ଞାନ ଓ ଗଣିତ ଶିକ୍ଷକଙ୍କ ପ୍ରଶିକ୍ଷଣ ଅଧିକ ସହାୟକ ହେବ ବୋଲି ବିଜ୍ଞାନ ଓ କାରିଗରି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପ୍ରକାଶ କରିଛନ୍ତି। ସୋମବାର ବେଙ୍ଗାଲୁରୁ ନିକଟ ଚିଲେକେରସ୍ଥିତ ଭାରତୀୟ ବିଜ୍ଞାନ ସଂସ୍ଥାନର ପ୍ରତିଭା ବିକାଶ କେନ୍ଦ୍ରରେ ଓଡ଼ିଶାରୁ ଯାଇଥିବା ଶିକ୍ଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ଅବସରରେ ମନ୍ତ୍ରୀ ଏହା କହିଛନ୍ତି। ବିଜ୍ଞାନ ଓ ଗଣିତ ଶିକ୍ଷାର ଗୁରୁତ୍ୱ ଓ ଗୁଣାତ୍ମକତା ଉପରେ ଶିକ୍ଷକମାନଙ୍କୁ ପରାମର୍ଶ ଦେଇ ସେ କହିଛନ୍ତି, ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମରେ ସ୍କୁଲଗୁଡ଼ିକରେ ଆଧୁନିକ ବିଜ୍ଞାନାଗାର ଆରମ୍ଭ କରାଯାଉଛି। ଏଥିରେ ପ୍ରଶିକ୍ଷିତ ବିଜ୍ଞାନ ଶିକ୍ଷକଙ୍କ ଭୂମିକା ବୃଦ୍ଧି ପାଇବ। ଗଣିତ ଓ ବିଜ୍ଞାନ ଶିକ୍ଷକଙ୍କ ଉଚ୍ଚତର ପ୍ରଶିକ୍ଷଣ ଫଳରେ ସରକାରୀ ସ୍କୁଲଗୁଡ଼ିକରେ ଶିକ୍ଷାଦାନର ମାନ ବଢ଼ିବ। ଛାତ୍ରୀଛାତ୍ରଙ୍କ ଉପସ୍ଥାନ ବୃଦ୍ଧି ପାଇବା ସହିତ ସାମଗ୍ରିକ ଭାବରେ ବିଜ୍ଞାନ ଓ ଗଣିତ ଶିକ୍ଷାର ବାତାବରଣ ଅଧିକ ବିକଶିତ ହେବ ବୋଲି ମନ୍ତ୍ରୀ କହିଛନ୍ତି।
ଓଡ଼ିଶାର ବିଭିନ୍ନ ସ୍ଥାନରୁ ପ୍ରଥମ ପର୍ଯ୍ୟାୟରେ ୧୧୪ଜଣ ବିଜ୍ଞାନ ଓ ଗଣିତ ଶିକ୍ଷକ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହି ଅବସରରେ ମନ୍ତ୍ରୀ ଶିକ୍ଷକଙ୍କ ସହିତ ମତ ବିନିମୟ କରିଥିଲେ ଓ କେନ୍ଦ୍ରର ବିଭିନ୍ନ ବିଭାଗ ପରିଦର୍ଶନ କରିଥିଲେ। ଏପରି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ପର୍ଯ୍ୟାୟକ୍ରମେ ଅବ୍ୟାହତ ରହିବ ବୋଲି ମନ୍ତ୍ରୀ ପଣ୍ଡା ସୂଚନା ଦେଇଛନ୍ତି। ଉଦ୍‌ଘାଟନ କାର୍ଯ୍ୟକ୍ରମରେ ପ୍ରତିଭା ବିକାଶ କେନ୍ଦ୍ରର ନିର୍ଦ୍ଦେଶକ ପ୍ରଫେସର ଏମ୍‌.ଏସ୍‌. ହେଗ୍‌ଡ଼େ ଓ କାର୍ଯ୍ୟକ୍ରମର ଆବାହକ ପ୍ରଫେସର ଡି.ଏନ୍‌. ରାଓ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri