ସ୍କୁଲସ୍ତରରେ ଆରମ୍ଭ ହେବ ବିଜ୍ଞାନ ପ୍ରାକ୍ଟିକାଲ

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ସ୍କୁଲ ସ୍ତରରେ ବିଜ୍ଞାନ ପ୍ରାକ୍ଟିକାଲ ଆରମ୍ଭ କରାଯିବ। ଯୁକ୍ତ୨ ବିଜ୍ଞାନରେ ପ୍ରାକ୍ଟିକାଲ ରହିଥିବାରୁ ଏଥିରେ ଓଡ଼ିଆ ମାଧ୍ୟମ ସ୍କୁଲରୁ ଆସିଥିବା ପିଲାଙ୍କ ପାଇଁ ସମସ୍ୟା ହୋଇଥାଏ। କିନ୍ତୁ ଘରୋଇ ସ୍କୁଲଗୁଡ଼ିକରେ ପ୍ରାକ୍ଟିକାଲକୁ ଗୁରୁତ୍ୱ ଦିଆଯାଉଥିବାରୁ ସେମାନଙ୍କ ପିଲାଙ୍କ ପାଇଁ ସହଜ ହୋଇଥାଏ। ତେଣୁ ଯୁକ୍ତ୨ରେ ଓଡ଼ିଆ ମାଧ୍ୟମ ପିଲାଙ୍କ ଉପରେ ପ୍ରାକ୍ଟିକାଲ ଚାପ କମାଇବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ମାଧ୍ୟମିକ ସ୍କୁଲ୍‌ରେ ବିଜ୍ଞାନ ଲାବୋରାଟୋରୀ ବାଧ୍ୟତାମୂଳକ କରାଯିବ। ଆସନ୍ତା ଶିକ୍ଷାବର୍ଷରୁ ଉଭୟ ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ବିଜ୍ଞାନ ଲାବୋରାଟୋରୀ ବ୍ୟବସ୍ଥା ଯୋଗାଇ ଦିଆଯିବ। ମିଳିଥିବା ସୂଚନାନୁସାରେ, ରାଜ୍ୟରେ ଥିବା ମୋଟ୍‌ ୬୭,୯୬୧ଟି ସ୍କୁଲ ମଧ୍ୟରୁ ମାଧ୍ୟମିକ ସ୍କୁଲ ସଂଖ୍ୟା ୯,୮୭୨ ରହିଛି। ସ୍କୁଲ ସ୍ତରରେ ବିଜ୍ଞାନକୁ ଅଧିକ ଆଦୃତ କରିବା ଲାଗି ସରକାର ବିଜ୍ଞାନ ମେଳା ତଥା ବିଜ୍ଞାନ ପ୍ରଦର୍ଶନୀର ଆୟୋଜନ କରୁଥିବାବେଳେ ସ୍କୁଲଗୁଡ଼ିକରେ ଉନ୍ନତ ବିଜ୍ଞାନ ଲାବୋରାଟୋରୀର ସୁବିଧା ହୋଇପାରିନାହିଁ। କେବଳ ବିଜ୍ଞାନ ପାଠ୍ୟପୁସ୍ତକକୁ ପଢ଼ାଯାଉଥିଲେ ମଧ୍ୟ ଛାତ୍ରୀଛାତ୍ରମାନେ ପ୍ରାକ୍ଟିକାଲ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। ଫଳରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଓଡ଼ିଆ ମାଧ୍ୟମ ପିଲାମାନେ ଉଭୟ ବିଜ୍ଞାନ ଏବଂ ପ୍ରାକ୍ଟିକାଲରେ ଭଲ ପ୍ରଦର୍ଶନ କରିପାରୁନାହାନ୍ତି। ଏପରି ସମସ୍ୟାକୁ ଗୁରୁତ୍ୱ ଦେଇ ଗଣଶିକ୍ଷା ବିଭାଗ ଏହି ଅଭିନବ ପ୍ରୟାସ ଆରମ୍ଭ କରିବାକୁ ଉଦ୍ୟମ କରୁଛି। ନବମ ଓ ଦଶମ ପିଲାଙ୍କୁ ବିଜ୍ଞାନ ପାଠକ୍ରମ ସାଙ୍ଗକୁ ବିଷୟଭିତ୍ତିକ ପ୍ରାକ୍ଟିକାଲ ପ୍ରଦାନ ପାଇଁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯିବ। ତେବେ ଗତ ୨ବର୍ଷ ହେବ ରାଜ୍ୟର ଅନେକ ସ୍କୁଲରେ ସ୍ମାର୍ଟ ଶ୍ରେଣୀ ପ୍ରସ୍ତୁତ କରାଯାଇଥିବାରୁ ବିଜ୍ଞାନ ପ୍ରାକ୍ଟିକାଲ କକ୍ଷ ପ୍ରସ୍ତୁତ କରିବାରେ ଅସୁବିଧା ହେବ ନାହିଁ। ଏଥିପାଇଁ ପ୍ରତି ସ୍କୁଲକୁ ୫୦ହଜାର ଟଙ୍କା ଓ ମୋଟ ୪୯କୋଟି ୩୬ଲକ୍ଷ ଟଙ୍କା ସରକାର ବ୍ୟୟ କରିବେ। ଏଥିରେ ଜଣେ ଲେଖାଏ ଲାବୋରାଟୋରିଆନ୍‌ ରହିବେ। ଏହି ପଦବୀ ଲାଗି ନୂତନ ଶିକ୍ଷକଙ୍କୁ ନିଯୁକ୍ତ କରାଯିବ କି ନାହିଁ ସେ ନେଇ ବିଚାର ବିମର୍ଶ ଚାଲିଛି। ତେବେ ସ୍କୁଲର ବିଜ୍ଞାନ ଶିକ୍ଷକଙ୍କୁ ଏହି ପ୍ରାକ୍ଟିକାଲ ଲାଗି ଅତିରିକ୍ତ ଦାୟିତ୍ୱ ଦେବାକୁ ପ୍ରାଥମିକ ସ୍ତରରେ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ଏନେଇ ଆସନ୍ତା ୬ମାସ ମଧ୍ୟରେ ସବୁ ମାଧ୍ୟମିକ ସ୍କୁଲର ଭିତ୍ତିଭୂମି ଯାଞ୍ଚ କରାଯିବ। କେଉଁ ସ୍କୁଲରେ କେତେ ପିଲା ପଢ଼ୁଛନ୍ତି ତାହାର ରିପୋର୍ଟ ଜିଲା ଶିକ୍ଷାଧିକାରୀମାନେ ଦାଖଲ କରିବେ। ଏହାବ୍ୟତୀତ ରାଜ୍ୟରେ ମାଧ୍ୟମିକ ସ୍କୁଲରେ କେତେ ବିଜ୍ଞାନ ଶିକ୍ଷକ ନିଯୁକ୍ତି ପାଇଛନ୍ତି ଏବଂ ପ୍ରାକ୍ଟିକାଲ ଦେବା ଲାଗି ସେମାନଙ୍କର କେତେ ଦକ୍ଷତା ରହିଛି ତାହା ମଧ୍ୟ ଯାଞ୍ଚ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri