Posted inଜାତୀୟ

‘ବୈଜ୍ଞାନିକ ଗବେଷଣା ନିର୍ଦ୍ଦେଶ ଅନୁସାରେ କରାଯିବା ଅନୁଚିତ’

ନୂଆଦିଲ୍ଲୀ,୪।୭: ମହାମାରୀ କରୋନା ଭୂତାଣୁକୁ ରୋକିବା ଲାଗି ପ୍ରସ୍ତୁତ କରାଯାଉଥିବା ଟିକାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ସିପିଏମ୍‌ ମହାସଚିବ ସୀତାରାମ ୟେଚୁରୀ କହିଛନ୍ତି, ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ ପରିଷଦ(ଆଇସିଏମ୍‌ଆର୍‌) କରୋନା ଭାଇରସ୍‌ ଟିକା ପ୍ରସ୍ତୁତ କରିବା ଅଭିଯାନକୁ ଜୋର୍‌ଦାର କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସରେ ଏନେଇ ଯେମିତି ଘୋଷଣା କରିପାରିବେ, ସେଥିଲାଗି ଯୁଦ୍ଧକାଳୀନ ଭିତ୍ତିରେ କୋଭିଡ୍‌ ଟିକା ପ୍ରସ୍ତୁତ କରାଯାଉଛି। କୋଭିଡ୍‌-୧୯ର ସ୍ବଦେଶୀ ଟିକା ଲାଗି ଆଇସିଏମ୍‌ଆର ଅଗଷ୍ଟ ୧୫ ତାରିଖ ଧାର୍ଯ୍ୟ କରିଛି। ଏଥିଲାଗି ବିଭିନ୍ନ ହସ୍ପିଟାଲ ଓ ଚିକିତ୍ସକଙ୍କୁ ଭାରତ ବାୟୋଟେକ୍‌କୁ ସହଯୋଗ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଟିକାର ପରୀକ୍ଷା କରିବା ଲାଗି ମଧ୍ୟ କୁହାଯାଇଛି। ହେଲେ ଏଭଳି ତରବରିଆ ଭାବେ ବୈଜ୍ଞାନିକ ବିଶ୍ଳେଷଣ କରାଯିବା ଅନୁଚିତ। ସବୁ ସ୍ବାସ୍ଥ୍ୟଗତ ମାନଦଣ୍ଡ ଓ ସୁରକ୍ଷାକୁ ଜଳାଞ୍ଜଳି ଦିଆଯାଇ ଜୋର୍‌ ଜବରଦସ୍ତ ଟିକା ବାହାର କରାଯିବା ଠିକ୍‌ ନୁହେଁ ବୋଲି ୟେଚୁରୀ କହିଛନ୍ତି। ବିଶ୍ୱ ମହାମାରୀକୁ ହଟାଇବା ଲାଗି ପ୍ରସ୍ତୁତ ଟିକା ଉନ୍ନତ ମାନର ହେବା ଉଚିତ। ଏହି ଟିକା ପରୀକ୍ଷା ଓ ବିକଶିତ କରିବା ଲାଗି ସମୟ ଲାଗିଥାଏ। ନିର୍ଦ୍ଦିଷ୍ଟ ତାରିଖ ଧାର୍ଯ୍ୟକରି ବିଶେଷଜ୍ଞ ଡାକ୍ତରଙ୍କ ଉପରେ ଚାପ ପକାଇ ଟିକା ପ୍ରସ୍ତୁତ କରାଯିବା ଠିକ୍‌ ନୁହେଁ ବୋଲି ସେ ଅଭିଯୋଗ କରିଛନ୍ତି। ଆଇସିଏମ୍‌ଆର କୌଣସି ସଂସ୍ଥାକୁ ଧମକାଇ କାର୍ଯ୍ୟ ନ କରିବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ...

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ମଦ

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri