ବିଲୁପ୍ତିର ୧୨ ହଜାର ବର୍ଷ ପରେ ଡାୟାର ଓ୍ବଲ୍ଫ ସୃଷ୍ଟି କଲେ ବୈଜ୍ଞାନିକ

ଓ୍ବାଶିଂଟନ, ୯।୪:ଆମେରିକାର ବୈଜ୍ଞାନିକମାନେ ଜେନେଟିକ୍‌ ଇଞ୍ଜିନିୟରିଂ ମାଧ୍ୟମରେ ୧୨ ହଜାର ବର୍ଷ ତଳେ ବିଲୁପ୍ତ ହୋଇଯାଇଥିବା ଡାୟାର ଓ୍ବଲ୍ଫ (ଆମେରିକାରେ ଦେଖାଯାଉଥିବା ଏକ ପ୍ରଜାତିର ଗଧିଆ) ପରି
୩ଟି ଗଧିଆ ଶାବକ ସୃଷ୍ଟି କରିଛନ୍ତି। ଏହି ଶାବକମାନେ ଏବେ ୬ ମାସର ହୋଇଥିବାବେଳେ ସେମାନଙ୍କୁ ଏକ ଗୁପ୍ତ ଏବଂ ନିରାପଦ ସ୍ଥାନରେ ରଖାଯାଇଛି। ବିଲୁପ୍ତ ପ୍ରଜାତିଙ୍କୁ ପୁନଃ ପ୍ରବର୍ତ୍ତନ କରିବା ପାଇଁ କାର୍ଯ୍ୟ କରୁଥିବା ଆମେରିକାର ଟେକ୍ସାସ୍‌ସ୍ଥିତ ବାୟୋ ଟେକ୍ନୋଲୋଜି କମ୍ପାନୀ କୋଲୋସଲ୍‌ ବାୟୋ ସାଇନ୍ସେସ୍‌ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଡାୟାର ଓ୍ବଲ୍ଫ ଉପରେ ଗବେଷଣା କରୁଥିବା ବୈଜ୍ଞାନିକମାନେ କହିଛନ୍ତି, ଏହି ୩ ଗଧିଆ ଶାବକଙ୍କ ନାମ ରୋମୁଲସ, ରେମସ ଏବଂ ଖଲିସି ରଖାଯାଇଛି। ସେମାନଙ୍କର କେଶ ଲମ୍ବା ଏବଂ ଧଳା ରହିଛି। କୋଲୋସଲର ମୁଖ୍ୟ ବୈଜ୍ଞାନିକ ବେଥ୍‌ ସାପିରୋ କହିଛନ୍ତି, ବୈଜ୍ଞାନିକମାନେ ପ୍ରାଚୀନ ଜୀବାଶ୍ମରୁ ଡାୟାର ଓ୍ବଲ୍ଫର ଡିଏନ୍‌ଏ ବାହାର କରିଥିଲେ। ଆମେରିକାର ଓହିୟୋରୁ ମିଳିଥିବା ଡାୟାର ଓ୍ବଲ୍ଫର ୧୨ ହଜାର ବର୍ଷର ପୁରୁଣା ଦାନ୍ତ ଏବଂ ଇଦାହୋରୁ ମିଳିଥିବା ୭୨ ହଜାର ବର୍ଷର ପୁରୁଣା ଖପୁରି ଖଣ୍ଡରୁ ଗଧିଆଙ୍କ ଏହି ବିଲୁପ୍ତ ପ୍ରଜାତିର ବିଶେଷ ଗୁଣ ସମ୍ପର୍କରେ ବୈଜ୍ଞାନିକମାନେ ଜାଣିବାକୁ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଯୁଦ୍ଧ ଭିତରେ ଭାରତ ବଢାଇଲା ସାହାଯ୍ୟର ହାତ, ଏହି ଦେଶକୁ ଦେଲା ୩୮ହଜାର ମେଟ୍ରିକ ଟନର ପେଟ୍ରୋଲ

ନୂଆଦିଲ୍ଲୀ,୨୯।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ଏବଂ ଫଳସୱରୂପ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ମଧ୍ୟରେ, ଭାରତ…

ଆଇପିଏଲ୍‌ ଆରମ୍ଭରୁ ବଡ଼ ବିବାଦ: RCB vs SRH ମ୍ୟାଚ୍‌ରେ ଏମିତି କ’ଣ ହେଲା ଯାହାକୁ ନେଇ ଏବେ ବଢୁଛି ହଙ୍ଗାମା…

ନୂଆଦିଲ୍ଲୀ,୨୯।୩: ଶନିବାରଠାରୁ ଆରମ୍ଭ ହୋଇଥିବା IPL 2026ର ଉଦ୍‌ଘାଟନୀ ମ୍ୟାଚ୍‌ ଯେତିକି ରୋମାଞ୍ଚକର ଥିଲା, ସେତିକି ବିବାଦୀୟ ମଧ୍ୟ ହୋଇପଡ଼ିଛି। RCB ଏବଂ SRH ମଧ୍ୟରେ ଖେଳାଯାଇଥିବା…

‘ନୋ କିଙ୍ଗସ୍‌’ ଆନ୍ଦୋଳନରେ ଦୋହଲି ଗଲାଣି ଆମେରିକା, ଗାଦିଚ୍ୟୁତ ହେବେ ଟ୍ରମ୍ପ!

ଓ୍ବାଶିଂଟନ,୨୯।୩: ଆମେରିକା ବର୍ତ୍ତମାନ ଦୁଇଟି ପ୍ରମୁଖ ମୋର୍ଚ୍ଚା ସହିତ ସଂଘର୍ଷ କରୁଛି। ଗୋଟିଏ ପଟେ, ପଶ୍ଚିମ ଏସିଆରେ ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷରେ ହଜାର ହଜାର ଲୋକଙ୍କ…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ବାଃରେ ପାକିସ୍ତାନ! ନସୀମ ଶାହଙ୍କୁ ଏକ କଠୋର ଦଣ୍ଡ ଦେବାକୁ ପ୍ରସ୍ତୁତ ଦେଶ

ଇସଲାମାବାଦ,୨୯।୩: ପାକିସ୍ତାନରେ, କେବେବି କ’ଣ ଘଟିବ ତାହା କେହି ପୂର୍ବାନୁମାନ କରିପାରିବେ ନାହିଁ। ଦେଶଟି ଅଜବ ନିଷ୍ପତ୍ତି ନେବା ଏବଂ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାରେ ଲିପ୍ତ ହେବା…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

ଏଣ୍ଟ୍ରାନ୍ସ ଦେବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri