Posted inଜାତୀୟ

‘ଯେ କୌଣସି ପରିସ୍ଥିତିରେ ଆତଙ୍କବାଦକୁ ରୋକିବାକୁ ପଡିବ’, ଏସସିଓ ମଞ୍ଚରେ ଚାଇନା-ପାକିସ୍ତାନ ସାମ୍ନାରେ ବାର୍ତ୍ତା ରଖିଲା ଭାରତ

ପଣଜି,୫।୫: ଗୋଆରେ ଏସସିଓ ବର୍ହିବ୍ୟାପରା ମନ୍ତ୍ରୀଙ୍କ ବୈଠକ ଆରମ୍ଭ ହୋଇଛି। ଏହି ଦୁଇ ଦିବସୀୟ ବୈଠକରେ ବର୍ହିବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକ ଏମିତି ସମୟରେ ଆୟୋଜନ କରାଯାଇଛି ଯେତେବେଳେ ୟୁକ୍ରେନ ଯୁଦ୍ଧକୁ ନେଇ ପଶ୍ଚିମ ଦେଶରେ ଉତ୍ତେଜନା ଲାଗି ରହିଛି ଓ ଚାଇନାର ବିସ୍ତାରବାଦୀ ନୀତିକୁ ନେଇ ଚିନ୍ତା ବ୍ୟକ୍ତ କରାଯାଇଛି।
ଏହି ବୈଠକରେ ଚାଇନା, ରୁଷିଆ, ପାକିସ୍ତାନ ଆଦିର ବର୍ହିିବ୍ୟାପାର ମନ୍ତ୍ରୀମାନେ ଯୋଗ ଦେଇଛନ୍ତି। ବୈଠକରେ ଆଫଗାନିସ୍ତାନର ସମ୍ପୂର୍ଣ୍ଣ ସ୍ଥିତି ଉପରେ ଚର୍ଚ୍ଚା ହୋଇପାରେ ବୋଲି ଅନୁମାନ କରାଯାଉଛି। ଏଥିରେ ଏହି ଚିନ୍ତା ଉପରେ ଆଲୋଚନା କରାଯାଇପାରେ ଯେ ତାଲିବାନର ଶାସନରେ ଏହି ଦେଶ ଆତଙ୍କବାଦାର ପୋଷଣ ସ୍ଥଳ ହୋଇଯାଇପାରେ। ଏହାସହ ସୁରକ୍ଷା ସ୍ଥିତିକୁ ନେଇ ବି ଆଲୋଚନା ହୋଇପାରେ।
ତେବେ ବୈଠକରେ ବର୍ହିବ୍ୟାପାର ମନ୍ତ୍ରୀଙ୍କୁ ସମ୍ବୋଧିତ କରି ଏସ. ଜୟଶଙ୍କର ପରୋକ୍ଷରେ ପାକିସ୍ତାନ ଓ ଚାଇନାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଆମେ କୌଣସି ମୂଲ୍ୟରେ ଆତଙ୍କବାଦକୁ ନ୍ୟାୟ ଦେଇ ପାରିବୁ ନାହିଁ। ଜୟଶଙ୍କରଙ୍କ ଏହି ବାର୍ତ୍ତା ପରୋକ୍ଷ ଭାବେ ପାକିସ୍ତାନ ଓ ଚାଇନା ଆଡକୁ ଅଙ୍ଗଳୁି ନିର୍ଦ୍ଦେଶ କରୁଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri