Posted inଜାତୀୟ

ଏସସିଓ ସମ୍ମିଳନୀ: ମୋଦିଙ୍କ ଫଟୋକୁ ନେଇ ଆରମ୍ଭ ହେଲା ରାଜନୀତି

ନୂଆଦିଲ୍ଲୀ,୧୬ ।୯: ଉଜବେକିସ୍ତାନର ସମରକନ୍ଦରେ ଆରମ୍ଭ ହୋଇଛି ସାଂଘାଇ ସହଯୋଗ ସଂଗଠନ(ଏସସିଓ) ଶିଖର ସମ୍ମିଳନୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମ୍ମିଳନୀରେ ଯୋଗ ଦେବାକୁ ଉଜବେକିସ୍ତାନ ପହଞ୍ଚିଛନ୍ତି । ଏବେ ଏହାର ଫଟୋକୁ ନେଇ ଭାରତରେ ରାଜନୀତି ଆରମ୍ଭ ହୋଇଯାଇଛି । ସମ୍ମିଳନୀ ପୂର୍ବରୁ ସମସ୍ତ ରାଷ୍ଟ୍ରାଧ୍ୟକ୍ଷଙ୍କ ସହ ଜାରି ହାଇଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କ ଗ୍ରୁପ ଫଟୋକୁ ନେଇ କଂଗ୍ରେସ ମୋଦିଙ୍କୁ ଟାର୍ଗେଟ କରିଛି ।
ସୂଚନାଯୋଗ୍ୟ, ଫଟୋରେ ମୋଦି ଗୋଟିଏ ପଟରେ ଠିଆ ହୋଇଥିବା ନଜର ଆସିଛି । ଅନ୍ୟ ପଟରେ ପାକିସ୍ତାନ ପ୍ରଧାନ ମନ୍ତ୍ରୀ ଶହବାଜ ଶରିଫ ଠିଆ ହୋଇଥିବା ଦେଖାଯାଇଛି । ଏହାକୁ ନେଇ କଂଗ୍ରେସ ନେତା ଗୌରବ ଗୋଗୋଇ ରାଜନୀତି ଆରମ୍ଭ କରିଦେଇଛନ୍ତି । ଏକ ଟୁଇଟରେ ଗୋଗୋଇ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ଓ ବୈଦେଶିକ ମନ୍ତ୍ରଣାଳୟର ଖରାପ ଆରମ୍ଭ । ଗୋଟିଏ ପଟରେ ମୋଦି ଠିଆ ହୋଇଥିବା ବେଳେ ଅନ୍ୟପଟରେ ପାକିସ୍ତାନ ରହିଛି । ମୋତେ ନାଲି ଆଖି ନୁହେଁ ବରଂ ବନ୍ଦ ଆଖି ଦେଖାଯାଉଛି ।

ଏହାର କଡା ଜବାବ ଦେଇଛି ଭାରତୀୟ ଜନତା ପାର୍ଟି(ଭାଜପା) । ଭାଜପା ପ୍ରବକ୍ତା ଶହଜାଦ ପୁନାୱାଲା ଟୁଇଟ କରି ପୂର୍ବରୁ ହୋଇଥିବା ଜି-୨୦ ବୈଠକର ଏକ ଫଟୋ ଶେୟାର କରିଛନ୍ତି । ଯେଉଁଥିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଦ୍ୱିତୀୟ ଲାଇନରେ ମୁଣ୍ଡ ନୁଆଁଇ ଠିଆ ହୋଇଥିବା ଦେଖାଯାଇଛି । କଂଗ୍ରେସକୁ ଟାର୍ଗେଟ କରି ପୁନାୱାଲା କହିଛନ୍ତି । ପ୍ରାୟୋଜିତ ଦେଶ ଦ୍ୱାରା ସ୍ଥିର ହୋଇଥିବା ପ୍ରୋଟୋକଲକୁ ନେଇ ରାଜନୀତି କରିବା ଅପରିପକ୍ୱତାର ନିଦର୍ଶନ । ସେ ଆହୁରି ମଧ୍ୟ କହିଛନ୍ତି, କ’ଣ ରାହୁଲ ଗାନ୍ଧୀ ଚାଇନା ସହ ଏମଓୟୁ ସାଇନ କରିବା ସମୟରେ ଅବା ଡୋକଲାମ ମାମଲାରେ ଚାଇନା ରାଷ୍ଟ୍ରଦୂତଙ୍କ ସହ ଚାଇନିଜ ଖାଇବା ସମୟରେ ‘ଲାଲ ଆଖି’ ଦେଖାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri