Posted inଜାତୀୟ

ଜୁଲାଇ ୪ରେ ଭର୍ଚୁଆଲରେ ଏସ୍‌ସିଓ ବୈଠକ କରିବ ଭାରତ, ଏହି ଦେଶକୁ ଦିଆଯାଇଛି ନିମନ୍ତ୍ରଣ

ନୂଆଦିଲ୍ଲୀ,୩୧।୫: ଭାରତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ଶିଖର ସମ୍ମିଳନୀ ଆୟୋଜନ କରିବାକୁ ଯାଉଛି। ମଙ୍ଗଳବାର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ଶିଖର ସମ୍ମିଳନୀ ଭର୍ଚୁଆଲ ମୋଡରେ ହେବ। ତେବେ ଭର୍ଚୁଆଲ ମୋଡରେ ରଖିବାର କାରଣ କୁହାଯାଇନାହିଁ। ଗତ ବର୍ଷ ଉଜବେକିସ୍ତାନର ସମରକନ୍ଦରେ ଏସ୍‌ସିଓ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, , ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ଙ୍କ ସମେତ ଦଳର ସମସ୍ତ ବରିଷ୍ଠ ନେତା ବ୍ୟକ୍ତିଗତ ଭାବେ ସାମିଲ ହୋଇଥିଲେ।

ଗତ ବର୍ଷ ୧୬ ସେପ୍ଟେମ୍ବରରେ ସମରକନ୍ଦ ସମ୍ମିଳନୀରେ ଭାରତ ଏସସିଓର ସଭାପତିତ୍ତ୍ୱ କରିଥିଲା। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି ଯେ, ଭାରତର ପ୍ରଥମ ରାଷ୍ଟ୍ରପତିଙ୍କ ଅଧୀନରେ ଜୁଲାଇ ୪ରେ ଏସ୍‌ସିଓ ପରିଷଦର ରାଷ୍ଟ୍ରାଧ୍ୟଙ୍କ ୨୨ତମ ସମ୍ମିଳନୀ ଭର୍ଚୁଆଲ ମୋଡରେ ଅନୁଷ୍ଠିତ ହେବ, ଯାହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ।

ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି ଯେ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିବାକୁ ଏସ୍‌ସିଓର ସମସ୍ତ ସଦସ୍ୟ ରାଷ୍ଟ୍ର – ଚାଇନା, ରୁଷିଆ, କାଜାଖସ୍ତାନ, କିର୍ଗିଜସ୍ଥାନ, ପାକିସ୍ଥାନ, ତାଜିକିସ୍ତାନ ଏବଂ ଉଜବେକିସ୍ତାନକୁ ନିମନ୍ତ୍ରଣ କରାଯାଇଛି। ଏହା ବ୍ୟତୀତ ଇରାନ, ବେଲାରୁଷ ଏବଂ ମୋଙ୍ଗୋଲିଆକୁ ପର୍ଯ୍ୟବେକ୍ଷକ ଦେଶ ଭାବରେ ନିମନ୍ତ୍ରଣ କରାଯାଇଛି। ଏସ୍‌ସିଓ ପରମ୍ପରା ଅନୁଯାୟୀ ତୁର୍କମେନିସ୍ତାନକୁ ମଧ୍ୟ ଅଧ୍ୟକ୍ଷଙ୍କ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ପରେ CJPର ଆସିଲା ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri