Posted inଜାତୀୟ

ମା’ବାପାଙ୍କ ଗାଳିକୁ ସହିପାରିଲେନି, ଏକାଥରେ ବିଷ ପିଇ ୪ ନାବାଳିକାଙ୍କ ଆତ୍ମହତ୍ୟା

ଔରଙ୍ଗାବାଦ,୧୦।୨: ପୁଅମାନଙ୍କ ସହ ମିଳାମିଶା କରୁଥିବାରୁ ଝିଅଙ୍କୁ ସେମାନଙ୍କ ମା’ବାପା ଗାଳିଦେଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ୫ ନାବାଳିକା ଏକାଠି ବିଷ ପିଇଦେଲେ । ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣକ କିଛିଦିନ ହସ୍ପିଟାଲରେ ଚିକିତ୍ସିତ ହେବା ପରେ ଏବେ ବିପଦମୁକ୍ତ ଥିବା ଜଣାପଡ଼ିଛି। ବିହାର ଔରଙ୍ଗାବାଦ ଜିଲାରେ ଏଭଳି ହୃଦୟ ବିଦାରକ ଘଟଣା ଘଟିଛି । ଝିଅମାନଙ୍କ ବୟସ ୧୦ରୁ ୧୪ ବର୍ଷ ମଧ୍ୟରେ। ହସପୁରା ଥାନା ଅନ୍ତର୍ଗତ ଏକ ଦଳିତ ଗ୍ରାମରେ ଜାନୁଆରୀ ୨୯ରେ ଏହି ଘଟଣା ଘଟିଥିବାବେଳେ ପୋଲିସ ସୋମବାର ଘଟଣା ସମ୍ପର୍କରେ ଗଣମାଧ୍ୟମକୁ ଜଣାଇଛି।

ଔରଙ୍ଗାବାଦ ଏସ୍‌ପି ଅମ୍ବରିଶ ରାହୁଲଙ୍କ ସୂଚନା ଅନୁଯାୟୀ, ପୁଅମାନଙ୍କ ସହ ମିଳାମିଶା କରୁଥିବାରୁ ଉକ୍ତ ନାବାଳିକାମାନଙ୍କୁ ସେମାନଙ୍କ ପରିବାର ସଦସ୍ୟ ଗାଳିଗୁଲଜ କରିଥିଲେ ବୋଲି ଜୀବିତ ନାବାଳିକାଙ୍କ ବୟାନରୁ ଜଣାପଡ଼ିଛି। ଫଳରେ ସେମାନେ ବିଷାକ୍ତ ପଦାର୍ଥ ଖାଇବାକୁ ନିଷ୍ପତ୍ତି ନେଇଥିଲେ। ଏହା ଉପରେ ତଦନ୍ତ ଜାରି ରହିଛି। ତେବେ ଉକ୍ତ ଘଟଣା ସହ ଅନ୍ୟ କେହି ସମ୍ପୃକ୍ତ କି ନୁହେଁ ଜଣାପଡ଼ି ନାହିଁ। ଜାନୁଆରୀ ୨୯ରେ ୪ ନାବାଳିକାଙ୍କୁ ଗୋଟିଏ ସ୍ଥାନରେ ସମାଧି ଦିଆଯାଇଥିଲା। ଏହାର ୨ ଦିନ ପରେ ପୋଲିସକୁ ଖବର ମିଳିଥିଲା।

ଜଣେ ମୃତ ନାବାଳିକାଙ୍କ ପରିବାର ସଦସ୍ୟ କହିବା ଅନୁଯାୟୀ, ଝିଅମାନେ ବାହାରକୁ ଖେଳିବାକୁ ଯାଇଥିଲେ। ନିକଟବର୍ତ୍ତୀ ଏକ ଜମିରେ ସେମାନଙ୍କ ମୃତଦେହ ପଡ଼ିଥିବା ଗ୍ରାମବାସୀ ଦେଖି ଖବର ଦେଇଥିଲେ ।
ସୂଚନାଯୋଗ୍ୟ, ୫ ଦିନ ପୂର୍ବରୁ ଗାଜିଆବାଦର ଏକ ଆପାର୍ଟମେଣ୍ଟର ୯ମ ମହଲାରୁ ୩ ନାବାଳିକା ଭଉଣୀ ଡେଇଁ ଆତ୍ମହତ୍ୟା କରିଥିଲେ। ପୋଲିସ ଘଟଣାର ତଦନ୍ତ ଜାରି ରଖିଥିବାବେଳେ ପରିବାର ସମ୍ପର୍କରେ ରହସ୍ୟମୟ ଘଟଣା ପଦାକୁ ଆସିଛି। ଝିଅମାନଙ୍କ ବାପା ଚେତନ କୁମାରଙ୍କର ୩ ସ୍ତ୍ରୀ ଏବଂ ଅନ୍ୟ ପରିବାର ସଦସ୍ୟ ଉକ୍ତ ଫ୍ଲାଟ୍‌ରେ ଏକାଠି ରହୁଥିଲେ। ୩ ସ୍ତ୍ରୀ ସୁଜାତା, ହିନା ଏବଂ ଟିନା ସମ୍ପର୍କରେ ୩ ଭଉଣୀ। ଚେତନଙ୍କର ଜଣେ ଲିଭ୍‌-ଇନ୍‌ ପାର୍ଟନର ୨୦୧୫ରେ ରାଜେନ୍ଦ୍ରନଗର କଲୋନିର ଏକ ଫ୍ଲାଟ୍‌ ଛାତରୁ ଖସି ପ୍ରାଣ ହରାଇଥିଲେ। ପରେ ଏହା ଆତ୍ମହତ୍ୟା ବୋଲି ଜଣାପଡ଼ିଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri