ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ ଏକ ଦ୍ରୁତଗାମି କାର ସ୍କୁଟିକୁ ଧକ୍କାଦେଇ ପାଖାପାଖି ୧୫ଫୁଟ ତଳକୁ ପାଣି ନାଳ ଭିତରକୁ ଖସି ପଡ଼ିଥିବା ବେଳେ ଏଥିରେ ସ୍କୁଟି ଆରୋହି ବାପ ଝିଅ ଗୁରୁତର ଆହତ ହୋଇଛନ୍ତି l ସ୍ଥାନୀୟ ଲୋକେ ସମସ୍ତଙ୍କୁ ଉଦ୍ଧାର କରି ବାରିପଦାସ୍ଥିତ ଜିଲା ମୁଖ୍ୟାଳୟ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।
ସୂଚନାଯୋଗ୍ୟ, ବୁଢ଼ୀଖମାରି ପଞ୍ଚାୟତ ଅଧୀନ ସ୍ବରୂପ ଭିଲ୍ଲା ଗ୍ରାମର ଗୋପାଳ ପାତ୍ର ନିଜର ୬ବର୍ଷର ଝିଅ ରଶ୍ମିତା ପାତ୍ରଙ୍କୁ ସାଙ୍ଗରେ ନେଇ ସ୍କୁଟି ଯୋଗେ ରାଗ୍ଧା ଅଭିମୁଖେ ଯାଉଥିଲେ । ଏହି ସମୟରେ ଝାଡ଼ଖଣ୍ଡର ଜାମସେଦପୁର ଅଞ୍ଚଳରୁ ଏକ ପରିବାର କାରଯୋଗେ ବେତନଟୀ ଅଭିମୁଖେ ଅତ୍ୟନ୍ତ ଦ୍ରୁତଗତିରେ ଯାଉଥିବା ସମୟରେ କୌଣସି କାରଣରୁ ଭାରସାମ୍ୟ ହରାଇ ପଛପଟୁ ଯାଇ ସ୍କୁଟିକୁ ଧକ୍କା ଦେଇଥିଲା।
ଦୁର୍ଘଟଣା ଏତେ ଶକ୍ତିଶାଳୀ ଥିଲା ଯେ ଦ୍ରୁତଗାମୀ କାର ଧକ୍କାରେ ସ୍କୁଟି ଚୁରମାର ହୋଇଯାଇଥିବା ବେଳେ ବ୍ୟାରିକେ ଭାଙ୍ଗି ରାସ୍ତାପାର୍ଶ୍ୱକୁ ପାଖାପାଖି ୧୫ଫୁଟ ତଳକୁ ଖସି ପାଣିନାଳ ଭିତରେ ପଡ଼ିଥିଲେ । ସଙ୍ଗେସଙ୍ଗେ ଖବରପାଇ କୃଷ୍ଣଚନ୍ଦ୍ରପୁର ଫାଣ୍ଡି ଅଧିକାରୀ ଏଏସଆଇ ସୁତାର କୁମାର ମହାନ୍ତ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତ ଗୁରୁତର ଏବଂ ଆହତଙ୍କୁ ଉଦ୍ଧାରକରି ସଙ୍ଗେସଙ୍ଗେ ବାରିପଦା ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ତେବେ କାର ଭିତରେ ପ୍ରତିରକ୍ଷା ବିଭାଗର ଜଣେ ଅଧିକାରୀ ନିଜର ଭାଇ, ମା, ସ୍ତ୍ରୀ ଓ ପିଲା ସହିତ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା ବୋଲି ଜଣାପଡିଛି ।
Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri