ପୋଲରେ ପିଟିହେଲା ସ୍କୁଟି : ୨ ମୃତ, ୨ ଆହତ

ଜି.ଉଦୟଗିରି,୨୧ା୩(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି କଳିଙ୍ଗା ରାଜ୍ୟ ରାଜପଥ କଳିଙ୍ଗା ପଞ୍ଚାୟତ ଅନ୍ତର୍ଗତ ରାଇପଦା ଛକ ନିକଟ ଏକ ପୋଲରେ ସ୍କୁଟି ପିଟିହୋଇ ଦୁର୍ଘଟଣା ଘଟିଛି। ସୂଚନାନୁସାରେ, କଳିଙ୍ଗା ଡୁଗୁଡ଼ିପାରି ଗ୍ରାମର ବାପି ଚନ୍ଦ୍ର ସାହୁ ଏକ ସ୍କୁଟି (ନଂ ଓଡି ୧୨ଇ ୧୦୬୮)ରେ କଳିଙ୍ଗା ଠାରୁ ଜି.ଉଦୟଗିରି ଅଭିମୁଖେ ଆସୁଥିଲେ। ସ୍କୁଟିରେ ବସିଥିବା ଡୁଗୁଡ଼ିପାରିର ବାପି ଚନ୍ଦ୍ର ସାହୁ (୨୫), ମାଲିକାପଡ଼ି ପଞ୍ଚାୟତ ବଳଦଗୁଡ଼ା ଗ୍ରାମର ସୁବାଷ ନାୟକ(୬୫), ଡୁଗୁଡ଼ିପାରି ସଞ୍ଜିତ କୁମାର ପ୍ରଧାନ (୬୦), ନାବାଳକ ମନିଷ ସାହୁ(୧୦) ଭାରସାମ୍ୟ ହରେଇ ପୋଲ କାନ୍ଥରେ ପିଟି ହୋଇଥିଲା। ସେମାନଙ୍କ ଚିତ୍କାର କରୁଥିବା ଶୁଣି ରାସ୍ତାରେ ଯିବା ଆସିବା କରୁଥିବା ଲୋକେ ଆହତଙ୍କୁ ଉଦ୍ଧାର କରି ଏକ ଡାଲା ଅଟୋରେ ଜି.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା। ଡାକ୍ତର ଅଶୋକ କୁମାର ପ୍ରଧାନ ପ୍ରାଥମିକ ଚିକିତ୍ସା କରୁଥିବା ବେଳେ ବଳଦଗୁଡ଼ାର ସୁବାଷ ନାୟକ ଏବଂ ଡୁଗୁଡ଼ିପାରି ଗ୍ରାମର ବାପି ଚନ୍ଦ୍ର ସାହୁଙ୍କୁ ମୃତ ଘୋଷଣା କରିଛନ୍ତି। ଅନ୍ୟ ୨ଆହତଙ୍କ ଚାଲିଛି। ସ୍ଥାନୀୟ ପୋଲିସ ଏସ୍‌ଆଇ କାମରାଜ ରେଡ୍ଡୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri