ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ ହେଲେ ମାଥିଲି ଥାନା ଅଧୀନ ସାଲିମି ପଞ୍ଚାୟତ ନୁଆଗୁଡା ଗ୍ରାମର ହନୁରାମ ନାୟକ । ସେ ମେକ୍କା ପଞ୍ଚାୟତର ବିଜାପଦର ବିଦ୍ୟାଳୟରେ ଶିକ୍ଷକ ଭାବେ କାର୍ଯ୍ୟରତ ଥିବାବେଳେ ଜନଗଣନା କାର୍ଯ୍ୟର ବିଏଲ୍‌ଓ ଭାବେ ମଧ୍ୟ ନିୟୋଜିତ ଥିଲେ।

ହନୁରାମ ନିଜ କାର୍ଯ୍ୟକ୍ଷେତ୍ର ବିଜାପଦର ଗ୍ରାମକୁ ଏକ ସ୍କୁଟି ଯୋଗେ ଯାଉଥିବା ସମୟରେ କିଆଙ୍ଗ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଖାଲି ଆମ୍ବୁଲାନ୍ସ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ସେ ଘଟଣାସ୍ଥଳରେ ଗୁରୁତର ଆହତ ହୋଇଥିଲେ। ତେବେ ସଙ୍ଗେ ସଙ୍ଗେ ଉକ୍ତ ଆମ୍ବୁଲାନ୍ସରେ ହନୁରାମଙ୍କୁ ମାଥିଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଏହାର ତଦନ୍ତ ଆରମ୍ଭ କରିଛି। ତେବେ ଆମ୍ବୁଲାନ୍ସ କିଆଙ୍ଗ ଗ୍ରାମର ଏକ ସାପ କାମୁଡା ରୋଗୀଙ୍କୁ ଆଣିବା ପାଇଁ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri