ସ୍କୁଟି-ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ସ୍କୁଟି ଚାଳକଙ୍କ ଜୀବନ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଧେରେଣ୍ଡି ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଶନିବାର ଏକ ବାଇକ-ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଉଭୟ ଗାଡ଼ି ଚାଳକ ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଉପସ୍ଥିତ ଡାକ୍ତର ସ୍କୁଟି ଚାଳକଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ହେଲେ ଦିଗପହଣ୍ଡି ବଜାର ସାହି ଗୁଣ୍ଡିଚା ମନ୍ଦିର ଛକର ଇ.ବାଲୁ। ସେ ହିଟାଚି ଚାଳକ ଭାବେ କାମ କରୁଥିଲେ।

ମିଳିଥିବା ସୂଚନା ମୁତାବକ, ବାଲୁ କୌଣସି କାମରେ ସ୍କୁଟି (ନଂ. ଓଡ଼ି୦୭ଟି-୪୦୧୫ ) ଯୋଗେ ଯାଉଥିବା ବେଳେ ବିପରୀତ ଦିଗରୁ ଧେରେଣ୍ଡି ଗ୍ରାମର ଜାଗିଲି ନାୟକ ତାଙ୍କ ବାଇକ୍‌(ନଂ. ଓଡ଼ି୦୭ଏଡି୨୪୩୦) ଯୋଗେ ଦୃତଗତିରେ ଆସି ସ୍କୁଟିକୁ ଧକ୍କା ଦେଇଥିଲେ। ଉଭୟେ ରାସ୍ତାରେ କଚାଡ଼ି ହୋଇ ପଡ଼ିଥିଲେ। ମୃତକଙ୍କ ସ୍ତ୍ରୀ ଇ.ଲକ୍ଷ୍ମୀଙ୍କ ଏତଲା କ୍ରମେ ଦିଗପହଣ୍ଡି ଥାନାରେ ଏକ ମାମଲା(ନଂ.୩୩୯/୨୪) ରୁଜୁ ହୋଇଛି।

ତଦନ୍ତକାରୀ ପୋଲିସ ଅଧିକାରୀ ଏସ୍‌ଆଇ ଦୁଷ୍ମନ୍ତ କୁମାର ପ୍ରଧାନ ହସ୍ପିଟାଲରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଅପରାହ୍ନରେ ଶୋକାକୁଳ ପରିବେଶରେ ଗାଁ ଶ୍ମଶାନରେ ଅନ୍ତିମ ସଂସ୍କାର କରାଯାଇଛି। ଆହତ ବାଇକ୍‌ ଚାଳକ ଜାଗିଲିଙ୍କ ଚିକିତ୍ସା ପରେ ପୋଲିସ ତାଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛନ୍ତି। ପୋଲିସ ଘଟଣାସ୍ଥଳରୁ ଦୁର୍ଘଟଣା ଗସ୍ତ ସ୍କୁଟି ଓ ବାଇକ୍‌କୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri