ସ୍କୁଟି-ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ସ୍କୁଟି ଚାଳକଙ୍କ ଜୀବନ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଧେରେଣ୍ଡି ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଶନିବାର ଏକ ବାଇକ-ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଉଭୟ ଗାଡ଼ି ଚାଳକ ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଉପସ୍ଥିତ ଡାକ୍ତର ସ୍କୁଟି ଚାଳକଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ହେଲେ ଦିଗପହଣ୍ଡି ବଜାର ସାହି ଗୁଣ୍ଡିଚା ମନ୍ଦିର ଛକର ଇ.ବାଲୁ। ସେ ହିଟାଚି ଚାଳକ ଭାବେ କାମ କରୁଥିଲେ।

ମିଳିଥିବା ସୂଚନା ମୁତାବକ, ବାଲୁ କୌଣସି କାମରେ ସ୍କୁଟି (ନଂ. ଓଡ଼ି୦୭ଟି-୪୦୧୫ ) ଯୋଗେ ଯାଉଥିବା ବେଳେ ବିପରୀତ ଦିଗରୁ ଧେରେଣ୍ଡି ଗ୍ରାମର ଜାଗିଲି ନାୟକ ତାଙ୍କ ବାଇକ୍‌(ନଂ. ଓଡ଼ି୦୭ଏଡି୨୪୩୦) ଯୋଗେ ଦୃତଗତିରେ ଆସି ସ୍କୁଟିକୁ ଧକ୍କା ଦେଇଥିଲେ। ଉଭୟେ ରାସ୍ତାରେ କଚାଡ଼ି ହୋଇ ପଡ଼ିଥିଲେ। ମୃତକଙ୍କ ସ୍ତ୍ରୀ ଇ.ଲକ୍ଷ୍ମୀଙ୍କ ଏତଲା କ୍ରମେ ଦିଗପହଣ୍ଡି ଥାନାରେ ଏକ ମାମଲା(ନଂ.୩୩୯/୨୪) ରୁଜୁ ହୋଇଛି।

ତଦନ୍ତକାରୀ ପୋଲିସ ଅଧିକାରୀ ଏସ୍‌ଆଇ ଦୁଷ୍ମନ୍ତ କୁମାର ପ୍ରଧାନ ହସ୍ପିଟାଲରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଅପରାହ୍ନରେ ଶୋକାକୁଳ ପରିବେଶରେ ଗାଁ ଶ୍ମଶାନରେ ଅନ୍ତିମ ସଂସ୍କାର କରାଯାଇଛି। ଆହତ ବାଇକ୍‌ ଚାଳକ ଜାଗିଲିଙ୍କ ଚିକିତ୍ସା ପରେ ପୋଲିସ ତାଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛନ୍ତି। ପୋଲିସ ଘଟଣାସ୍ଥଳରୁ ଦୁର୍ଘଟଣା ଗସ୍ତ ସ୍କୁଟି ଓ ବାଇକ୍‌କୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri