ସ୍କୁଟି – ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଯୁବକଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଢଉଗାଁ ୩୨୬ ନଂ ଜାତୀୟ ରାଜପଥ ଆଙ୍କୋରଡ଼ା ଗ୍ରାମ ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ସ୍କୁଟି – ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।ଫଳରେ ୩ ଜଣ ଗୁରୁତର ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ଜଣାପଡିଛି।ମୃତକ ଦ୍ବୟ ହେଲେ ସାନଖେମୁଣ୍ଡି ବ୍ଲକ ପାଟପୁରର କାଳିଆ ସ୍ବାଇଁ(୨୨) ଏବଂ ସାନଖେମୁଣ୍ଡି ବ୍ଲକ ଲକ୍ଷ୍ମୀପୁର ଗ୍ରାମର ଭୋଳା ସେଠୀ(୨୩)।ଗୁରୁତର ଆହାତ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ କଇଠବେଢ଼ା ଗ୍ରାମର ସାଗର ସେଠୀ(୧୮)। ପାଟପୁର ଗ୍ରାମର ପରିବା ବ୍ୟବସାୟୀ କାଳିଆ ଦିଗପହଣ୍ଡିରେ କାମସାରି ବଜାଜ ଚେତକ ସ୍କୁଟି (ନଂ. ଓଡ଼ି୦୭ଏସି-୨୨୮୯) ଯୋଗେ ଗାଁକୁ ଫେରୁଥିବା ବେଳେ ଭୋଳା ଏବଂ ସାଗର ବଜାଜ ପଲ୍ସର ବାଇକ (ନଂ. ଓଡ଼ି୦୭ଏୱାଇ-୪୮୪୭) ଯୋଗେ ପାଟପୁରରୁ ଦିଗପହଣ୍ଡି ଅଭିମୁଖେ ଆସୁଥିଲେ। ହେଲେ ଏକ ପିକଅପ ଭ୍ୟାନକୁ ଓଭରଟେକ୍‌ କରିବା ସମୟରେ ଦ୍ରୁତଗତିରେ ଯାଉଥିବା ଅନ୍ୟମନସ୍କ ସ୍କୁଟି ଚାଳକ କାଳିଆ ପଲ୍ସର ବାଇକକୁ ଧକ୍କା ଦେଇଥିଲେ ବୋଲି କିଛି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି ।ସମସ୍ତେ ରାସ୍ତା ଉପରେ କଚାଡି ହୋଇ ପଡ଼ିବାରୁ ଗୁରୁତର ଆହାତ ହୋଇଥିଲେ। ଖବରପାଇ ଦିଗପହଣ୍ଡି ଅଗ୍ନିଶମବାହିନୀ ପୋଲିସ ସହାୟତାରେ ସେମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।ସେଠାରେ ଚିକିତ୍ସାଧୀନ ଅବସ୍ଥାରେ କାଳିଆ ଏବଂ ଭୋଳାଙ୍କ ମୃତ୍ୟୁ ଘଟିଥିଲା। ମୃତାହତଙ୍କ ପରିବାର ଲୋକଙ୍କ କାନ୍ଦ ବୋବାଳିରେ ସ୍ବାସ୍ଥ୍ୟକେନ୍ଦ୍ର ପରିସର ଫାଟି ପଡିଥିଲା। ଗୁରୁତର ଆହାତ ସାଗରଙ୍କୁ ପ୍ରାଥମିକ ଚିକିତ୍ସା ପରେ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।ଦିଗପହଣ୍ଡି ପୋଲିସ ଟିମ ଘଟଣାସ୍ଥଳରେ ସରଜମିନ ତଦନ୍ତ କରି ଦୁର୍ଘଟଣାଗସ୍ତ ବାଇକ ଓ ସ୍କୁଟିକୁ ଜବତ କରି ଥାନାକୁ ନେଇଛି। ଏନେଇ ଏତଲା ହେବାପରେ ପୋଲିସ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ୨ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ବଡ଼ ଡାକ୍ତରଖାନାକୁ ପଠାଇଛି। ଏହି ୩୨୬ ନଂ ଜାତୀୟ ରାଜପଥରେ ବାରମ୍ବାର ଦୁର୍ଘଟଣା ଘଟି ଏକାଧିକ ବ୍ୟକ୍ତି ମୃତ୍ୟୁବରଣ କରିବା ସହ ଗୁରୁତର ଆହତ ହୋଉଛନ୍ତି।ରାସ୍ତା ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି।ରାସ୍ତା ଉପରେ ସ୍ପିଡ ବ୍ରେକର ନଥିବା କାରଣରୁ ବାରମ୍ବାର ଦୁର୍ଘଟଣା ଘଟୁଥିବା ଜଣାପଡ଼ିଛି।

Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…

ଚାଷଜମିରେ ଦା’ ରେ ହାଣି ହତ୍ୟା ଉଦ୍ୟମ ଘଟଣା, ଜେଲ ଗଲେ ଅଭିଯୁକ୍ତ  

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ପ୍ରକାଶ ବେହେରାଙ୍କୁ ତାଙ୍କ ଗ୍ରାମର ଏସ. ବଳରାମ ରେଡ୍ଡୀ ଓରଫ ବଳିଆ ଦା’ ରେ…

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

କେସିଙ୍ଗାରେ ଲଘୁଚାପ ବର୍ଷା-ପବନର ତାଣ୍ଡବ: ଗଛ ଭାଙ୍ଗି ତାର ଛିଣ୍ଡିଲା, ବିଦ୍ୟୁତ ସେବା ଠପ୍

କେସିଙ୍ଗା,୨୪।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପରଲସିଙ୍ଗା ଗ୍ରାମରେ ବିଦ୍ୟୁତ ସେବା ବ୍ୟାହତ ହୋଇଛି । ଜମିର ହିଡ ଉପରେ ଥିବା ଗଛ ଲଘୁଚାପ ଜନିତ…

ଭାଇ ଅର୍ଜୁନ ତେନ୍ଦୁଲକରଙ୍କୁ ଏମିତି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସାରା, ସଭିଏଁ କହୁଛନ୍ତି…

ମୁମ୍ବାଇ,୨୪।୯: ଅର୍ଜୁନ ତେନ୍ଦୁଲକର ଗୁରୁବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି; ତାଙ୍କର ଜନ୍ମ ୨୪ ସେପ୍ଟେମ୍ବର ୧୯୯୯ରେ ହୋଇଥିଲା। ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ…

ଧରିତ୍ରୀ ପ୍ରଭାବ; ସାନ୍ତାଳୀ ଗାଁ ପାଣିଖିଆରେ ପାଣି ପଶିବା ଘଟଣା, ଶୁଖିଲା ଖାଦ୍ୟ ବାଣ୍ଟିଲା ପ୍ରଶାସନ

ମହାକାଳପଡ଼ା,୨୪।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ସାନ୍ତାଳୀ ଗାଁ ପାଣି ଖିଆରେ ସମୁଦ୍ର ପାଣି ମାଡ଼ି ଆସିଛି । ଲଘୁଚାପ ପ୍ରଭାବରେ…

ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?