କାର୍‌ ସହ ସ୍କୁଟି ଧକ୍କା: ଚାଲିଗଲା ସ୍କୁଟି ଚାଳକଙ୍କ ଜୀବନ

ବୌଦ୍ଧ,୧୩।୧୦(ଅଜିତ କୁମାର ବାରିକ): ବୋଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ ଅଡେନିଗାଡ଼ଠାରେ ରବିବାର ଏକ କାର୍‌ ସ୍କୁଟିକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି।

ମିଳିଥିବା ସୂଚନା ଅନୁଯାୟୀ, ଅଡେଣିଗାଡ଼ ଗ୍ରାମର ଚିତ୍ତରଞ୍ଜନ ସାହୁ ଏକ ସ୍କୁଟି ଯୋଗେ ଗୁଣ୍ଡୁରିସାହିରୁ ଘରକୁ ଫେରୁଥିଲେ। ହେଲେ ଅଡେନିଗାଡ ଟେଲିସାହି ନିକଟରେ ଚାରିଛକ ପଟୁ ଭୁବନେଶ୍ୱର ଯାଉଥିବା ଏକ କାର୍‌ ସ୍କୁଟିକୁ ଧକ୍କା ଦେଇଥିଲା। ଫଳରେ ସ୍କୁଟି ଚାଳକ ଚିତ୍ତରଞ୍ଜନ ଗୁରୁତର ହୋଇଥିଲେ । ତୁରନ୍ତ ତାଙ୍କୁ ସ୍ଥାନୀୟ ହସ୍ପିଟାଲକୁ ନିଆଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୌଦ୍ଧ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଖବର ପାଇ ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ କରିଥିଲେ। ଘଟଣାସ୍ଥଳରେ ପୁରୁଣା କଟକ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଦୀର୍ଘ ୬ ଘଣ୍ଟା ପରେ ଅତିରିକ୍ତ ତହସିଲଦାର ଘଟଣାସ୍ଥଳରେ ପହଞ୍ଚି କ୍ଷତିପୂରଣ ପ୍ରତିଶ୍ରୁତି ଦେବା ସହ ବୁଝାଶୁଝା ପରେ ରାସ୍ତା ଅବରୋଧ ପ୍ରତ୍ୟାହୃତ ହୋଇଥିବା ଜଣାପଡିଛି। ଅନ୍ୟପକ୍ଷେ ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ସଂଖ୍ୟାରେ ଗାଡି ମୋଟର ଅଟକି ରହି ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ: ଦୁଇ ବର୍ଷ ମଧ୍ୟରେ…ଶୁଣିଲେ ସରକାର ହେବେ ଛାନିଆ!

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri