ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ହାତୀକୁ ଦେଖିବାକୁ ମିଳୁଛି। ହାତୀଟି ରାସ୍ତାରେ ଥିବା ସ୍କୁଟିକୁ ତା ଶୁଣ୍ଢରେ ଚଲାଇ ଚଲାଇ ନେଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।
Happy to have a new toy 😊 pic.twitter.com/W9cWNSvG1m
— Susanta Nanda IFS (@susantananda3) June 18, 2022