ସ୍କୁଟିକୁ ୨୬ ହଜାର ଜରିମାନା

ଭୁବନେଶ୍ୱର,୧୦।୧୨(ବ୍ୟୁରୋ) :ଭୁବନେଶ୍ୱରରେ ଜଣେ ନାବାଳକ ସ୍କୁଟି ଚଲାଇବା ଓ ହେଲ୍‌ମେଟ ନ ପିନ୍ଧିବା ମହଙ୍ଗା ପଡିଛି। ନୂଆ ଟ୍ରାଫିକ ନିୟମ ଅନୁସାରେ ଓଆର୍‌୦୨ଏଜି୦୧୮୩ ନମ୍ବର ବିଶିଷ୍ଟ ସ୍କୁଟି ଉପରେ ୨୬ ହଜାର ଟଙ୍କାର ଜରିମାନା କରିଛି କମିଶନରେଟ ପୋଲିସ। ବୁଧବାର ସକାଳେ ନାବାଳକ ଜଣକ ହେଲ୍‌ମେଟ ନ ପିନ୍ଧି ସ୍କୁଟି ଧରି ଖଣ୍ଡଗିରି ଆଡକୁ ଯାଉଥିଲେ। ତାଙ୍କ ପଛରେ ବସିଥିବା ବ୍ୟକ୍ତି ଜଣକ ମଧ୍ୟ ହେଲ୍‌ମେଟ ପିନ୍ଧି ନ ଥିଲେ। ଖଣ୍ଡଗିରି ଛକ ନିକଟରେ ଗାଡ଼ି ଯାଞ୍ଚ ଚାଲିଥିବାବେଳେ ଉଭୟେ ବିନା ହେଲ୍‌ମେଟରେ ଥିବା ଦେଖି ପୋଲିସ ଧରିଥିଲା। ପରେ କାଗଜପତ୍ର ଯାଞ୍ଚ କରିବାରୁ ଗାଡ଼ି ଚାଳକ ନାବାଳକ ବୋଲି ଜଣାପଡିଥିଲା। ନାବାଳକ ଗାଡ଼ି ଚଳାଉଥିବାରୁ ୨୫ ହଜାର ଟଙ୍କା ଓ ହେଲ୍‌ମେଟ୍‌ ପିନ୍ଧି ନ ଥିବାରୁ ୧ହଜାର ଟଙ୍କାର ଚାଲାଣ କଟାଯାଇଥିବା ସୂଚନା ଦିଆଯାଇଛି। ନୂଆ ଟ୍ରାଫିକ ନିୟମ ଅନୁସାରେ, ଉକ୍ତ ୨୫ ହଜାର ଟଙ୍କା ନ ଦେଲେ ଗାଡ଼ି ମାଲିକଙ୍କୁ ୩ ବର୍ଷ ଜେଲ୍‌ଦଣ୍ଡ ଭୋଗିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?