ଜମନକିରା,୪।୧୧: ସମ୍ବଲପୁର ଜିଲା ଜମନକିରା ଥାନା ଗରିଆବାହାଲ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍କୁଟି-ହାଇୱା ଧକ୍କା ହୋଇ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ହାଇୱାରେ ନିଆଁ ଲାଗି ଜଳିଯାଇଛି।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦମକଳ ବାହିନୀଙ୍କୁ ଖବର ଦେଇଥିଲା। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।