ସ୍କୁଟିକୁ ଧକ୍କା ଦେଲା ଟ୍ରକ; ୨ ନାବାଳିକା ମୃତ, ଜଣେ ଗୁରୁତର

ବଣାଇଁ,୨୧।୧ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଲହୁଣୀପଡ଼ା ଥାନା ରାଜମୁଣ୍ଡା ବାଇପାସରେ ମଙ୍ଗଳବାର ଅପରାହ୍ନ ସମୟରେ ଏକ ଟ୍ରକ ଧକ୍କାରେ ଦୁଇ ନାବାଳିକା ମୃତ୍ୟୁ ବରଣ କରିଛନ୍ତି। ସ୍କୁଟିରେ ଥିବା ତିନି ଜଣ ଆରୋହୀ ଗୁରୁତର ଆହତ ହୋଇ ପ୍ରଥମେ ଲହୁଣିପଡ଼ା ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ଅବସ୍ଥା ସଙ୍କଟାପର୍ଣ୍ଣ ଥିବାରୁ ରାଉରକେଲା ସ୍ଥାନାନ୍ତରିତ ହୋଇଥିଲେ l

ଲହୁଣୀପଡ଼ା ଥାନା ଅନ୍ତର୍ଗତ କୁଳିପୋଷ ଗ୍ରାମର ସୁଧୀର ଠାକୁର (୨୮)ଏବଂ ତାଙ୍କର ଝିଆରୀ ଜାନକୀ ଠାକୁର (୧୩) ଓ କରିସ୍ମା ଠାକୁର (୯) ନିଜ ଗ୍ରାମରୁ ସ୍କୁଟି ଓଡି ୧୪-ପି-୯୯୨୪ ଯୋଗେ ଲହୁଣୀପଡା ଆସି ଥିଲେ ଏବଂ ବଣାଇ ଦେଇ ଘରକୁ ଫେରିବା ବେଳେ ରାଜାମୁଣ୍ଡା ବାଇପାସ ରାସ୍ତାର ଗୋଲ ଛକି ଅତିକ୍ରମ କରୁଥିବା ବେଳେ ୧୪୩ ନମ୍ବର ଜାତୀୟ ରାଜପଥ ରାଉରକେଲାରୁ ବାରକୋଟ ପଟେ ଯାଉଥିବା ଏକ ଟ୍ରକ ଓଡ଼ି – ୦୯-ପି-୮୪୭୮ ପଛପଟୁ ଧକ୍କା ଦେଇଥିଲା।

ଫଳରେ ସ୍କୁଟିରେ ବସି ଥିବା ତିନି ଜଣ ଯାକ ତଳେ ପଡି ଯାଇଥିଲେ ଓ ଗାଡିର ପଛ ଚକରେ ଚାପି ହେଇଯାଇଥିଲେ। ଏଥିରେ ସୁଧୀର ଠାକୁର ଓ ଜାନକୀ ଠାକୁରଙ୍କ ଗୋଡ଼ ଉପରେ ଚକ ଚଢି ଯାଇଥିଲା। ସେମାନେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡି ଯନ୍ତ୍ରଣାରେ ଛଟପଟ ହେଉଥିଲେl

ଖବରପାଇ ଲହୁଣୀପଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ତିନି ଜଣଙ୍କୁ ଚିକିତ୍ସା ପାଇଁ ଲହୁଣୀପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ରାଉରକେଲା ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତର କରି ଦେଇଥିଲେ। କିନ୍ତୁ ସେଠାରେ ଦୁଇ ନାବାଳିକାଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି। ପୋଲିସ ଟ୍ରକ ଓ ସ୍କୁଟି କୁ ଜବତ କରି ଘଟଣାର ତଦନ୍ତ ଚଳେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri