ସ୍କୁଟିକୁ ଧକ୍କା ଦେଲା ଟ୍ରକ; ୨ ନାବାଳିକା ମୃତ, ଜଣେ ଗୁରୁତର

ବଣାଇଁ,୨୧।୧ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଲହୁଣୀପଡ଼ା ଥାନା ରାଜମୁଣ୍ଡା ବାଇପାସରେ ମଙ୍ଗଳବାର ଅପରାହ୍ନ ସମୟରେ ଏକ ଟ୍ରକ ଧକ୍କାରେ ଦୁଇ ନାବାଳିକା ମୃତ୍ୟୁ ବରଣ କରିଛନ୍ତି। ସ୍କୁଟିରେ ଥିବା ତିନି ଜଣ ଆରୋହୀ ଗୁରୁତର ଆହତ ହୋଇ ପ୍ରଥମେ ଲହୁଣିପଡ଼ା ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ଅବସ୍ଥା ସଙ୍କଟାପର୍ଣ୍ଣ ଥିବାରୁ ରାଉରକେଲା ସ୍ଥାନାନ୍ତରିତ ହୋଇଥିଲେ l

ଲହୁଣୀପଡ଼ା ଥାନା ଅନ୍ତର୍ଗତ କୁଳିପୋଷ ଗ୍ରାମର ସୁଧୀର ଠାକୁର (୨୮)ଏବଂ ତାଙ୍କର ଝିଆରୀ ଜାନକୀ ଠାକୁର (୧୩) ଓ କରିସ୍ମା ଠାକୁର (୯) ନିଜ ଗ୍ରାମରୁ ସ୍କୁଟି ଓଡି ୧୪-ପି-୯୯୨୪ ଯୋଗେ ଲହୁଣୀପଡା ଆସି ଥିଲେ ଏବଂ ବଣାଇ ଦେଇ ଘରକୁ ଫେରିବା ବେଳେ ରାଜାମୁଣ୍ଡା ବାଇପାସ ରାସ୍ତାର ଗୋଲ ଛକି ଅତିକ୍ରମ କରୁଥିବା ବେଳେ ୧୪୩ ନମ୍ବର ଜାତୀୟ ରାଜପଥ ରାଉରକେଲାରୁ ବାରକୋଟ ପଟେ ଯାଉଥିବା ଏକ ଟ୍ରକ ଓଡ଼ି – ୦୯-ପି-୮୪୭୮ ପଛପଟୁ ଧକ୍କା ଦେଇଥିଲା।

ଫଳରେ ସ୍କୁଟିରେ ବସି ଥିବା ତିନି ଜଣ ଯାକ ତଳେ ପଡି ଯାଇଥିଲେ ଓ ଗାଡିର ପଛ ଚକରେ ଚାପି ହେଇଯାଇଥିଲେ। ଏଥିରେ ସୁଧୀର ଠାକୁର ଓ ଜାନକୀ ଠାକୁରଙ୍କ ଗୋଡ଼ ଉପରେ ଚକ ଚଢି ଯାଇଥିଲା। ସେମାନେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡି ଯନ୍ତ୍ରଣାରେ ଛଟପଟ ହେଉଥିଲେl

ଖବରପାଇ ଲହୁଣୀପଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ତିନି ଜଣଙ୍କୁ ଚିକିତ୍ସା ପାଇଁ ଲହୁଣୀପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ରାଉରକେଲା ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତର କରି ଦେଇଥିଲେ। କିନ୍ତୁ ସେଠାରେ ଦୁଇ ନାବାଳିକାଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି। ପୋଲିସ ଟ୍ରକ ଓ ସ୍କୁଟି କୁ ଜବତ କରି ଘଟଣାର ତଦନ୍ତ ଚଳେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri